ଭାରତୀୟ ଜନତା ପାର୍ଟିର ଜାତୀୟ କାର୍ଯ୍ୟକାରିଣୀ ବୈଠକ ଆଜିଠୁ ଆରମ୍ଭ

ନୂଆଦିଲ୍ଲୀ : ଭାରତୀୟ ଜନତା ପାର୍ଟିର ଜାତୀୟ କାର୍ଯ୍ୟକାରିଣୀ ବୈଠକ ଆଜିଠୁ ଆରମ୍ଭ ହେଉଛି । ଦିଲ୍ଲୀରେ ବିଜେପିର ଦୁଇ ଦିନିଆ କାର୍ୟ୍ୟକାରିଣୀ ବୈଠକ ଅନୁଷ୍ଠିତ ହେବ । ଆଜି ଅପରାହ୍ଣ ୪ଟାରୁ ଏହି ବୈଠକ ଅନୁଷ୍ଠିତ ହେବ । ଏହି ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ୩୫ ଜଣ କେନ୍ଦ୍ର ମନ୍ତ୍ରୀ, ୧୨ଟି ରାଜ୍ୟର ମୁଖ୍ୟମନ୍ତ୍ରୀ, ରାଜ୍ୟର ୩୭ ଜଣ ସଭାପତି ଅଂଶଗ୍ରହଣ କରିବେ । ଏହି ବୈଠକରେ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ନିକଟରେ ଉପସ୍ଥାପିତ ପ୍ରସ୍ତାବଗୁଡ଼ିକ ଉପରେ ଆଲୋଚନା ହେବ । ଦଳର ସଭାପତି ଜେପି ନଡ୍ଡା ଓ ଗୃହମନ୍ତ୍ରୀ ଅମିତ ଶାହା ମଧ୍ୟ ଏହି ବୈଠକରେ ଯୋଗ ଦେବେ । ସେହିପରି ଓଡ଼ିଶାରୁ ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ସମେତ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ଓ ସଂଗଠନ ମହାମନ୍ତ୍ରୀ ମାନସ ମହାନ୍ତି ମଧ୍ୟ ଏଥିରେ ସାମିଲ ହେବେ । ଆସନ୍ତା ୨୦୨୪ ସାଧାରଣ ନିର୍ବାଚନ ପାଇଁ ଜାତୀୟ କାର୍ଯ୍ୟକାରିଣୀ ବୈଠକରେ ରୋଡ୍‌ ମ୍ୟାପ୍‌ ପ୍ରସ୍ତୁତ କରାଯିବା ନେଇ ଦଳୀୟ ସୂତ୍ରରୁ ଜଣାପଡ଼ିଛି ।

Leave A Reply

Your email address will not be published.