jsm

ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

csstore
  • ବିଭିନ୍ନ ୨୫ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ
  • ୦୫ ଗୋଟି ଅଭିଯୋଗର ତୁରନ୍ତ ସମାଧାନ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଆଜି ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ତରଭା ବ୍ଲକ ସଭାଗୃହଠାରେ ଅନୁଷ୍ଠିତ ହୋଇଯାଇଛି । ସୁବର୍ଣ୍ଣପୁର ଜିଲ୍ଲାପାଳ ଶ୍ରୀମତୀ ଅବୋଲୀ ସୁନିଲ ନରୱଣେ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୨୫ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ । ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୧୮ ଗୋଟି ଓ ସାମୁହିକ ଦରଖାସ୍ତ ୦୭ ଗୋଟି ଗ୍ରହଣ କରାଯାଇଛି । ଗ୍ରହଣ କରାଯାଇଥିବା ଦରଖାସ୍ତ ମଧ୍ୟରୁ ଶିବିରରେ ୫ ଗୋଟି ଅଭିଯୋଗ ଦରଖାସ୍ତର ତୁରନ୍ତ ସମାଧାନ କରାଯାଇଥିବା ବେଳେ ଅନ୍ୟାନ୍ୟ ୨୦ଟି ଆପତ୍ତି ଅଭିଯୋଗ ଦରଖାସ୍ତକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି । ବିଡିଓ, ତରଭା ବିନୟ କୁମାର ପଟେଲଙ୍କ ତତ୍ୱାବଧାନରେ ଅଦ୍ୟ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଜିଲ୍ଲା ମୁଖ୍ୟ ଉନ୍ନୟନ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ, ଜିଲ୍ଲାପରିଷଦ ନିହାର ରଞ୍ଜନ କଁହର, ଉପ ଜିଲ୍ଲାପାଳ, ସୋନପୁର ଡ଼ଃ ଇପ୍ସିତା ପ୍ରିୟଦର୍ଶିନୀ ମିଶ୍ର, ବ୍ଲକ ଅଧ୍ୟକ୍ଷ ସରୋଜ କମ୍ପ, ଏଡିଏମ୍‌ଓ-ଡ଼.ଦୈତ୍ୟ ନାରାୟଣ ପାଢ଼ୀ, ଏସ୍‌ଇ- ପି ଡବ୍ଲୁ ଡି ଦାମୋଦର କୈବର୍ତ୍ତ, କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ବିଭୁ ପ୍ରସାଦ ପଣ୍ଡା, ଜିଲ୍ଲା ମୁଖ୍ୟ ଯୋଗାଣ ଅଧିକାରୀ ସୁରେଶ ପାଣିଗ୍ରାହୀଙ୍କ ସହ ବିଭିନ୍ନ ଜିଲ୍ଲାସ୍ତରୀୟ ଅଧିକାରୀ, ତହସିଲଦାର ତରଭା, ବ୍ଲକସ୍ତରୀୟ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ ।

yuvodaya
Leave A Reply

Your email address will not be published.