- ଏହି ବିମାନରେ ବିଜୁ ବାବୁ ତାଙ୍କ ସାହସିକତାର ଶ୍ରେଷ୍ଠତ୍ଵ ପ୍ରତିପାଦନ କରିଥିଲେ – ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, (କେପିଏନ୍ଏସ୍) : ଭୁବନେଶ୍ଵରରେ ପହଞ୍ଚିଛି ବିଜୁ ପଟ୍ଟନାୟକଙ୍କ ଐତିହାସିକ ଡାକୋଟା ବିମାନ । ଏହି ସୁବର୍ଣ୍ଣ ମୁହୂର୍ତ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିମାନ ବନ୍ଦର ଠାରେ ବିମାନ ଉପରେ ପୁଷ୍ପ ବୃଷ୍ଟି କରି ସ୍ୱାଗତ କରିଛନ୍ତି ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବିଜୁ ବାବୁଙ୍କ ଐତିହାସିକ ଡାକୋଟା ବିମାନ ଭୁବନେଶ୍ଵରରେ ପହଞ୍ଚି ଥିବାରୁ ସେ ବହୁତ ଖୁସି । ଏହି ବିମାନରେ ବିଜୁ ବାବୁ ଅନେକ ସାହସିକ କାର୍ଯ୍ୟ କରିଛନ୍ତି । ଏହା ମଧ୍ୟରେ ସବୁଠାରୁ ଶ୍ରେଷ୍ଠ ହେଉଛି ଇଣ୍ଡୋନେସିଆର ସ୍ଵାଧୀନତା ସଂଗ୍ରାମୀମାନଙ୍କୁ ଡଚ୍ମାନଙ୍କ କବଜାରୁ ମୁକ୍ତ କରିବାରେ ଅପାର ସଫଳତା । ସେଥିରେ ବିଜୁ ବାବୁଙ୍କ ସହିତ କେବଳ ଜଣେ ସହ ପାଇଲଟ୍ ଥିଲେ, ସେ ହେଉଛନ୍ତି ‘ମୋ ମା’ ଜ୍ଞାନ୍ ପଟ୍ଟନାୟକ ।
ମୁଖ୍ୟମନ୍ତ୍ରୀଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ସଚିବ 5T ଭି କେ ପାଣ୍ଡିଆନ୍ ବିମାନ ବନ୍ଦରକୁ ଯାଇଥିଲେ ।
ଏହି ସ୍ୱାଗତ ସମାରୋହରେ ମନ୍ତ୍ରୀ ଅଶୋକ ପଣ୍ଡା, ବିଧାୟକ ପ୍ରଣବ ପ୍ରକାଶ ଦାସ, ଅନନ୍ତ ନାରାୟଣ ଜେନା, ସୁଶାନ୍ତ ରାଉତ ମେୟର ସୁଲୋଚନା ଦାସ, ବାଣିଜ୍ୟ ଓ ପରିବହନ ବିଭାଗର ପ୍ରମୁଖ ସଚିବ ଶ୍ରୀମତୀ ଉଷା ପାଢୀ, IT ବିଭାଗର ପ୍ରମୁଖ ସଚିବ ମନୋଜ ମିଶ୍ରଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଉପସ୍ଥିତ ଥିଲେ ।
ପଟ୍ଟନାୟକ