ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : ୯ ମୃତ

ମୁମ୍ବାଇ : ମୁମ୍ବାଇ-ଗୋଆ ଜାତୀୟ ରାଜପଥରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୯ ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି । ଏହି ଦୁର୍ଘଟଣା ଗୋରେଗାଓଁ ପୋଲିସ ଷ୍ଟେସନ ଅନ୍ତର୍ଗତ ରୋପୋଲି ଗ୍ରାମ୍ୟ ନିକଟ ମୁମ୍ବାଇ-ଗୋଆ ରାଜପଥରେ ଘଟିଛି । ଏକ ଟ୍ରକ ଏବଂ ଚାରି ଚକିଆ ଯାନ ମଧ୍ୟରେ ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି । ସୌଭାଗ୍ୟବଶତଃ ଜଣେ ଚାରି ବର୍ଷର ଶିଶୁ ଏହି ଦୁର୍ଘଟଣାରୁ ଅଳ୍ପକେ ବଞ୍ଚି ଯାଇଥିଲେ । ଗୁରୁବାର ସକାଳ ପ୍ରାୟ ୫ଟା ବେଳେ ଏହି ଦୁର୍ଘଟଣା ଘଟିଛି । ମିଳିଥିବା ସୂଚନା ଅନୁଯାୟୀ, ଏହି ଦୁର୍ଘଟଣାରେ ସମ୍ପୃକ୍ତ ଚାରି ଚକିଆ ଯାନ ମୁମ୍ବାଇରୁ ଆସୁଥିଲା । ଏହି ସମୟରେ ଟ୍ରକ ଏବଂ ଚାରି ଚକିଆ ଯାନ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା । ତେବେ ଦୁର୍ଘଟଣାର ପ୍ରକୃତ କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ । ପ୍ରାରମ୍ଭିକ ଆକଳନ ହେଉଛି କୁହୁଡି ଯୋଗୁଁ ଦୁର୍ଘଟଣା ଘଟିଛି । ମୃତକଙ୍କ ମଧ୍ୟରେ ୪ ଜଣ ମହିଳା ଏବଂ ୫ ଜଣ ପୁରୁଷ ଅଛନ୍ତି । ଘଟଣା ସମ୍ପର୍କରେ ସୂଚନା ପାଇବା ପରେ ଗୋରେଗାଓଁ ପୋଲିସ ତୁରନ୍ତ ଦୁର୍ଘଟଣା ସ୍ଥଳରେ ପହଞ୍ଚିଥିଲା । ପୋଲିସ ସ୍ଥାନୀୟ ଗ୍ରାମବାସୀଙ୍କ ସହାୟତାରେ ଉଦ୍ଧାର କାମ ଆରମ୍ଭ କରିଛି । ଏହି ଦୁର୍ଘଟଣାରେ ଆହତ ଶିଶୁଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।

Leave A Reply

Your email address will not be published.

error: Content is protected !!