ରେଳବାଇ ପୁଲିସ ଦ୍ୱାରା ତିରୁଚିରାପଲି ଟ୍ରେନରୁ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ରେଳବାଇ ପୁଲିସ ଦ୍ୱାରା ତିରୁଚିରାପଲି ଟ୍ରେନରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଥିବା ଜଣାପଡିଛି । ମୃତ ବ୍ୟକ୍ତି ଜଣକ ବାଲେଶ୍ୱର ଜିଲ୍ଲା ସୋର ଥାନା ଅନ୍ତର୍ଗତ କୁରୁଢ଼ା ଗ୍ରାମର ନିରଞ୍ଜନ ନାୟକଙ୍କ ପୁଅ ପ୍ରଭାତ କୁମାର ନାୟକ(୪୨) ବୋଲି ପୋଲିସ କହିଛି । ପୋଲିସ ମୃତଦେହ ଜବତ କରି ଏ ସଂକ୍ରାନ୍ତରେ ଏକ ଅପମୃତ୍ୟୁ ମାମଲା ରୁଜୁ କରିଛି । ହୃଦଘାତରୁ ପ୍ରଭାତଙ୍କ ମୃତ୍ୟୁ ଘଟିଥିବା ପୋଲିସ ପ୍ରାଥମିକ ଅନୁସନ୍ଧାନରୁ ସନ୍ଦେହ କରୁଛି । ବ୍ୟବଛେଦ ପରେ ମୃତକଙ୍କ ପରିବାର ଲୋକଙ୍କୁ ପ୍ରଭାତଙ୍କ ମୃତଦେହ ହସ୍ତାନ୍ତର କରାଯାଇଛି । ମୃତଦେହ ବ୍ୟବଛେଦ ରିପୋର୍ଟ ମିଳିବା ପରେ ତାଙ୍କର ମୃତ୍ୟୁର ପ୍ରକୃତ କାରଣ ଜଣାପଡିବ ବୋଲି ପୋଲିସ କହିଛି ।

Leave A Reply

Your email address will not be published.