jsm

ବ୍ଲକ କଲୋନୀ ବିଦ୍ୟାଳୟର ବାର୍ଷିକ ଉତ୍ସବ ଆୟୋଜିତ

csstore

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ବ୍ଲକ କଲୋନୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୫୦ତମ ବାର୍ଷିକ ଉତ୍ସବ ବିଦ୍ୟାଳୟ ପରିସରରେ ପ୍ରଧାନ ଶିକ୍ଷକ ଶିଶିର କାନ୍ତ ଦାସଙ୍କ ପ୍ରତ୍ୟକ୍ଷ ତତ୍ଵାବଧାନରେ ଆୟୋଜିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ବାଲିଗୁଡା ଏନ୍‌ଏସି ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ପ୍ରଧାନ ଯୋଗ ଦେଇ ପ୍ରଦୀପ ପ୍ରଜ୍ୱଳନ କରି ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରି ଛାତ୍ରଛାତ୍ରୀଙ୍କ ଉଦ୍ଦେଶ୍ୟରେ ନିୟମିତ ଠିକ ଭାବେ ପାଠ ପଢା ଜାରି ରଖିବା ସହ ସଂଗୀତ, କଳା, କ୍ରୀଡା ଭଳି ବିଭିନ୍ନ କାର୍ଯ୍ୟ କ୍ଷେତ୍ରରେ ସଫଳତାର ସହ ପାହାଡ଼ ଚଢ଼ିବା ପାଇଁ ଚେଷ୍ଟା ଜାରି ରଖିଲେ ନିଶ୍ଚୟ ଟେକ ରଖିପାରିବା ବୋଲି ବିଭିନ୍ନ ଉଦାହରଣ ମାଧ୍ୟମରେ ବୁଝାଇ ଥିଲେ । ଅନ୍ୟ ଅତିଥିମାନଙ୍କ ମଧ୍ୟରେ ମୁଖ୍ୟବକ୍ତା ଭାବେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ବଳରାମ ବେହେରା, ସମ୍ମାନିତ ଅତିଥି ଭାବେ ସିଆରସିସି ଅମୂଲ୍ୟ କୁମାର ନାୟକ, ବିଦ୍ୟାଳୟର ପ୍ରାକ୍ତନ ପ୍ରଧାନ ଶିକ୍ଷକ ଉତ୍ତର କୁମାର ସାହୁ, ଆର୍ତ୍ତ ଚନ୍ଦ୍ର ଖଟୁଆ, ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ସନ୍ଧ୍ୟା ରାଣୀ ସାହୁ ପ୍ରମୁଖ ଉପସ୍ଥିତ ଥିଲେ । ବିଭିନ୍ନ କ୍ଷେତ୍ରରେ କୃତିତ୍ୱ ଲାଭ କରିଥିବା ଛାତ୍ରଛାତ୍ରୀମାନଙ୍କୁ ଅତିଥିମାନଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା । ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ବିଦ୍ୟାଳୟ ପରିଚାଳନା କମିଟି ସଦସ୍ୟ ସଦସ୍ୟା ଉପସ୍ଥିତ ରହି ପରିଚାଳନାରେ ସହଯୋଗ କରିଥିଲେ । ଛାତ୍ରଛାତ୍ରୀମାନଙ୍କର ପିତା ମାତା ଏବଂ ଅଭିଭାବକ ଓ ଅଭିଭାବିକାମାନେ ମଧ୍ୟ ଉପସ୍ଥିତ ଥିଲେ । ଶେଷରେ ପ୍ରଧାନ ଶିକ୍ଷକ ଶ୍ରୀ ଦାସ ଧନ୍ୟବାଦ ଅର୍ପଣ କରିଥିଲେ ।

yuvodaya
Leave A Reply

Your email address will not be published.