୧୮୯ ବାଟାଲିୟନ ସିଆର୍‌ପିଏଫ୍‌ ପକ୍ଷରୁ ଅସହାସ ଲୋକଙ୍କୁ କମ୍ବଳ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ପାଇକମାଲ ଅଞ୍ଚଳରେ ୧୮୯ ବାଟାଲିୟନ ସିଆର୍‌ପିଏଫ୍‌ ପକ୍ଷରୁ ଅସହାସ ଲୋକଙ୍କୁ କମ୍ବଳ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ପାଇକମାଲ ଅଞ୍ଚଳର ବିଭିନ୍ନ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ୧୮୯ ବାଟାଲିୟନ କମାଣ୍ଡେଣ୍ଟ ପବନ କୁମାର ତିୱାରୀ ଯୋଗ ଦେଇଥିବା ବେଳେ ଆସିଷ୍ଟାଣ୍ଡ କମାଣ୍ଡେଣ୍ଟ ଶ୍ରୀମତୀ ନୀନା ଶର୍ମା ଏବଂ ସିଆର୍‌ପିଏଫ୍‌ର ବହୁ ଅଧିକାରୀ ଓ କର୍ମଚାରୀ ଉପସ୍ଥିତ ଥିଲେ ।

Leave A Reply

Your email address will not be published.