କଳାହାଣ୍ଡି, (ପି.କେ.ସାହୁ) : ଆଜି କଳାହାଣ୍ଡି ଜ଼ିଲ୍ଲା କେସିଙ୍ଗା ବ୍ଲକ ସମ୍ମିଳନୀ ଗୃହରେ କଳାହାଣ୍ଡି ଜିଲ୍ଲାପାଳ ପି. ଅନ୍ୱେଷା ରେଡ୍ଡୀଙ୍କ ଅଧକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଅତିରିକ୍ତ ଜିଲ୍ଲାପାଳ ସୁଶାନ୍ତ କୁମାର ପଟେଲ, ଉପ ଜିଲ୍ଲାପାଳ, ଭବାନୀପାଟଣା ଡ. ବିଶ୍ୱଜିତ୍ ଦାସ, ବ୍ଲକ ଅଧ୍ୟକ୍ଷ ଶ୍ରୀ ଚନ୍ଦନ କୁମାର ସେନାପତି, ଉପାଧ୍ୟକ୍ଷ ରାଜଲକ୍ଷ୍ମୀ ପଟ୍ଟନାୟକଙ୍କ ସମେତ ସମସ୍ତ ଜିଲ୍ଲାସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ । ଏହି ଜନ ଶୁଣାଣି ଶିବିରରେ ମୋଟ ୬୭ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ । ସେଥିମଧ୍ୟରୁ ୫୪ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୩ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା । ଏଠାରେ ୬ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିବା ସୂଚନା ରହିଛି ।