ମର୍ମନ୍ତୁଦ ସଡକ ଦୁର୍ଘଟଣା : ୧ ମୃତ

ଢେଙ୍କାନାଳ : ମୋଟଙ୍ଗା ଥାନା ଅନ୍ତର୍ଗତ ୫୫ ନମ୍ବର ଜାତୀୟ ରାଜପଥ ଚିନ୍ତାପୋଖରୀ ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଥିବା ଜଣାପଡିଛି । ରାଜପଥ ଡିଭାଇଡ଼ରରେ ବାଇକଟି ଧକ୍କା ଦେବାରୁ ଘଟଣାସ୍ଥଳରେ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଛି । ମୋଟଙ୍ଗା ଥାନା ପୋଲିସ ପହଞ୍ଚି ମୃତଦେହ ଜବତ କରିବା ସହିତ ବଚ୍ଛେଦ ପାଇଁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଛି । ବାଇକ୍‌କୁ ପୋଲିସ ଜବତ କରିଥିବା ଜଣାପଡିଛି ।

Leave A Reply

Your email address will not be published.