ଜ୍ୟୋତି ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଅଭିଭାବକ, ଶିକ୍ଷକ ଓ ଶିକ୍ଷୟିତ୍ରୀ ବୈଠକ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ବ୍ଲକ ଅନ୍ତର୍ଗତ ଜ୍ୟୋତି ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଭଇଁଷାରେ ଅଭିଭାବକ, ଶିକ୍ଷକ ଓ ଶିକ୍ଷୟିତ୍ରୀ ବୈଠକ ଅନୁଷ୍ଠିତ ହୋଇଯାଇଛି । କଲେଜ ଅଧ୍ୟକ୍ଷ ପ୍ରଫୁଲ୍ଲ ହୋତାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ବୈଠକରେ ବିଦ୍ୟାଳୟର ସମସ୍ତ ଅଧ୍ୟାପକ ଅଧ୍ୟାପିକା ଓ କର୍ମଚାରୀମାନେ ଯୋଗ ଦେବା ସହ ୨୯ ଜଣ ଅଭିଭାବକ ମଧ୍ୟ ଯୋଗଦାନ କରିଥିଲେ । ଓଡ଼ିଶା ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ ଆୟୋଜିତ ଏହି କାର୍ଯ୍ୟକ୍ରମର ମୂଳ ଲକ୍ଷ୍ୟ ହେଲା ଗୁଣାତ୍ମକ ଶିକ୍ଷାର ପ୍ରଚାର ଓ ପ୍ରସାର କରିବା । ମନୋଜ କୁମାର ମହାପାତ୍ରଙ୍କ ପରିଚାଳନାରେ କାର୍ଯ୍ୟକ୍ରମଟି ଅନୁଷ୍ଠିତ ହୋଇଥିଲା । କଲେଜ ଅଧ୍ୟକ୍ଷ ଶ୍ରୀ ହୋତା ବୈଠକର ଉଦ୍ଦେଶ୍ୟ ତଥା ଲକ୍ଷ୍ୟ ସଂପର୍କରେ ସୁଚିନ୍ତିତ ମତାମତ ରଖିଥିଲେ । ପରେ ଅଭିଭାବକ ଓ ଅଧ୍ୟକ୍ଷ ତଥା କଲେଜ କର୍ମଚାରୀମାନଙ୍କ ମଧ୍ୟରେ ଭାବ ଆଦାନପ୍ରଦାନ ହୋଇଥିଲା ଏବଂ ଛାତ୍ରଛାତ୍ରୀମାନଙ୍କ ଉନ୍ନତି ପାଇଁ ସମସ୍ତେ ମିଳିମିଶି କାମ କରିବା ଉପରେ ସମସ୍ତେ ଜୋର ଦେଇଥିଲେ । ଶେଷରେ ଅଧ୍ୟାପକ ସନ୍ତୋଷ କୁମାର ରାଉତ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।

Leave A Reply

Your email address will not be published.