ଶବ ବ୍ୟବଚ୍ଛେଦ ଗୃହ ନିର୍ମାଣ ପାଇଁ ଦାବୀ

ଡୁଡୁକା, (କେପିଏନ୍‌ଏସ୍‌) : ଆଗଲପୁର ବ୍ଲକରେ ଶବ ବ୍ୟବଚ୍ଛେଦ ଗୃହ ନଥିବାରୁ ଅଞ୍ଚଳବାସୀ ନାହିଁ ନଥିବା ସମସ୍ୟାର ସମ୍ମୁଖୀନ ହେଉଛନ୍ତି । ଶବ ବ୍ୟବଚ୍ଛେଦ ଗୃହ ନିର୍ମାଣ ନିମନ୍ତେ ପୂର୍ବରୁ ବହୁବାର ଆନ୍ଦୋଳନ ଓ ଦାବୀ କରାଯାଇଥିଲେ ମଧ୍ୟ ପ୍ରଶାସନ ଦୃଷ୍ଟି ଦେଉନଥିବାରୁ ସାଧାରଣରେ ତୀବ୍ର ଅସନ୍ତୋଷ ଦେଖାଦେଇଛି । ଅଞ୍ଚଳବାସୀଙ୍କ କହିବା ଅନୁଯାୟୀ, ଏ ଅଞ୍ଚଳର କାହାର ମୃତ୍ୟୁ ହେଲେ ଶବ ବ୍ୟବଚ୍ଛେଦ ପାଇଁ ବଲାଙ୍ଗିର ମୁଖ୍ୟ ଚିକିତ୍ସାଳୟ ଉପରେ ନିର୍ଭର କରିବାକୁ ପଡୁଛି । ନିଜ ଲୋକଙ୍କୁ ହରାଇ ଦୁଃଖରେ ଭାଙ୍ଗି ପଡିଥିବା ପରିବାର ସଦସ୍ୟ ୪୫ କିମି ଦୂର ବଲାଙ୍ଗିରକୁ ଶବ ନେଇ ବ୍ୟବଚ୍ଛେଦ କରାଇବା କଷ୍ଟସାଧ୍ୟ ହେଉଛି । ତେଣୁ ଆଗଲପୁରରେ ବ୍ୟବଚ୍ଛେଦ ଗୃହ ତୁରନ୍ତ ନିର୍ମାଣ କରିବା ପାଇଁ ଅଞ୍ଚଳବାସୀ ଦାବୀ କରିଛନ୍ତି ।

Leave A Reply

Your email address will not be published.