jittmm
sonalika

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : ୪ ମୃତ

ମୁମ୍ବାଇ : ମହାରାଷ୍ଟ୍ରର ପାଲଘର ଜିଲ୍ଲା ଦାହାନୁ ଅଞ୍ଚଳରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ସୋମବାର ବିଳମ୍ବିତ ରାତିରେ ମୁମ୍ବାଇ-ଅହମ୍ମଦାବାଦ ରାଜପଥରେ ଏକ କାର୍‌ -ବସ୍‌ ମୁହାଁମୁହିଁ ଧକ୍କା ହେବା ଫଳରେ ୪ ଜଣଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ମିଳିଥିବା ସୂଚନା ଅନୁଯାୟୀ, କାର୍‌ଟି ଗୁଜୁରାଟରୁ ମୁମ୍ବାଇ ଅଭିମୁଖେ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଥିବା ଜଣାପଡିଛି । କାର୍‌ ଡ୍ରାଇଭର ନିୟନ୍ତ୍ରଣ ହରାଇ ବସ୍‌କୁ ଧକ୍କା ଦେଇଛି ବୋଲି ପାଲଘର ପୋଲିସ କହିଛି ।

Leave A Reply

Your email address will not be published.