ମର୍ମନ୍ତୁଦ ଦୁର୍ଘଟଣା, ୧ ମୃତ

ବାଲୁଗାଁ : ଖୋର୍ଦ୍ଧା ଜିଲ୍ଲା ନାଚୁଣୀ ଥାନା ଅନ୍ତର୍ଗତ ବରଡ଼ି ଛକରେ ରାସ୍ତା କଡ଼ରେ ଠିଆ ହୋଇଥିବା କଣ୍ଟେନରକୁ ବାଇକ୍ ଧକ୍କା ଦେବା ଫଳରେ ବାଇକ୍ ଚାଳକଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି । ସୂଚନା ଅନୁଯାୟୀ, ଗଞ୍ଜାମ ଜିଲ୍ଲା ବେଗୁନିଆପଡା ଥାନା ଅନ୍ତର୍ଗତ ମୁଣ୍ଡୁଳା ଗ୍ରାମର ଯୋଗି ବେହେରାଙ୍କ ପୁଅ କୃଷ୍ଣ ବେହେରା(୨୩) ବାଇକ୍ ଯୋଗେ ଚାକିରି ପାଇଁ ଭୁବନେଶ୍ୱର ଅଭିମୁଖେ ବାହାରିଥିଲେ । ତେବେ ବରଡ଼ି ଛକରେ କୃଷ୍ଣଙ୍କ ଅସାବଧାନତା ବଶତଃ ପୂର୍ବରୁ ଠିଆ ହୋଇଥିବା ଏକ କଣ୍ଟେନରକୁ ଧକ୍କା ଦେଇଥିଲେ । ଫଳରେ ତାଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିଲା । ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି ।

Leave A Reply

Your email address will not be published.