ପଞ୍ଚୁପାଣ୍ଡବ ମହୋତ୍ସବ ଓ ଦାସିଆ ଅଜା ପଲ୍ଲିଶ୍ରୀ ମେଳା – ୨୦୨୩ ଉଦ୍‌ଘାଟିତ

ନୂଆଗାଁ : ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍‌ର କଳା, ଐତିହ୍ୟ, ସଂସ୍କୃତି ଏବଂ ପରମ୍ପରାକୁ ନେଇ ପଞ୍ଚୁପାଣ୍ଡବ ମହୋତ୍ସବ ଓ ଦାସିଆ ଅଜା ପଲ୍ଲିଶ୍ରୀ ମେଳା – ୨୦୨୩ ଉଦ୍‌ଘାଟିତ ହୋଇଯାଇଛି । ଏକ ମଶାଲ ଶୋଭାଯାତ୍ରାରେ ପଞ୍ଚୁପାଣ୍ଡବଙ୍କ ବେଶରେ ସୁସଜ୍ଜିତ ହୋଇ କଳାକାରମାନେ ସକିର୍ତ୍ତନ, ଦୁଲୁ ଦୁଲିରେ ପଞ୍ଚୁପାଣ୍ଡବ ପୀଠରୁ ବାହାରି ନୂଆଗାଁ ବିରୁପାଖେସ୍ୱର ମନ୍ଦିର ଏବଂ ଶହୀଦ କଷ୍ଟି ଡାକୁଆ ସ୍ମୃତି ମଣ୍ଡପ, ନୂଆଗାଁ ବଜାର ଦେଇ ମହୋତ୍ସବ ପଡ଼ିଆ ଠାରେ ପହଞ୍ଚିଥିଲେ ।

ଦଶପଲ୍ଲା ବିଧାୟକ ତଥା ପଞ୍ଚୁପାଣ୍ଡବ ମହୋତ୍ସବ କମିଟିର ସଭାପତି ରମେଶ ଚନ୍ଦ୍ର ବେହେରା ମହୋତ୍ସବକୁ ଉଦ୍‌ଘାଟନ କରିଥିଲେ । ନୂଆଗାଁ କଲେଜର ପୂର୍ବତନ ଅଧ୍ୟକ୍ଷ ଭିକାରୀ ଚରଣ ସ୍ୱାଇଁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ବ୍ଲକର ଜନ ପ୍ରତିନିଧିଙ୍କୁ ନେଇ ସଭାକାର୍ଯ୍ୟ ଅନୁଷ୍ଠିତ ହେବା ସହ ଜନ ପ୍ରତିନିଧି, ଶିକ୍ଷାବିତମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । ବ୍ଲକର କଳାକାରମାନଙ୍କୁ ନେଇ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।

ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରାଙ୍କ ସଭାପତିତ୍ବରେ ଅନୁଷ୍ଠିତ ସନ୍ଧ୍ୟା ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ଉଦ୍‌ଘାଟକ ଭାବେ କ୍ରୀଡା ଯୁବ ବ୍ୟାପାର, ସୂଚନା ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ତୁଷାର କାନ୍ତି ବେହେରା, ମୁଖ୍ୟ ଅତିଥି ଭାବେ ନୟାଗଡ ବିଧାୟକ ଡ଼ ଅରୁଣ କୁମାର ସାହୁ ଯୋଗ ଦେଇଥିଲେ । ସମ୍ମାନୀତ ଅତିଥି ଭାବେ ନୟାଗଡ ଜିଲ୍ଲାପାଳ ରବୀନ୍ଦ୍ର ନାଥ ସାହୁ, ଜିଲ୍ଲା ପରିଷଦ ଉପାଧ୍ୟକ୍ଷା ବିଷ୍ଣୁପ୍ରିୟା ବେହେରା, ବ୍ଲକ୍ ଅଧ୍ୟକ୍ଷା ଲକ୍ଷ୍ମୀପ୍ରିୟା ବେହେରା, ଉପାଧ୍ୟକ୍ଷ ପର୍ଶୁରାମ ସ୍ୱାଇଁ, ୧୬ ନଂ ଜିଲ୍ଲା ପରିଷଦ ସଭ୍ୟା ଜସ୍ମୀନ ଦାଶ, ୧୧ ନଂ ଜିଲ୍ଲା ପରିଷଦ ସଭ୍ୟ ବସନ୍ତ କୁମାର ପ୍ରଧାନ, ବିଡ଼ିଓ ପ୍ରମୋଦ କୁମାର ନାୟକ, ମହୋତ୍ସବ କମିଟିର ସମ୍ପାଦକ ଦିଲ୍ଲୀପ କୁମାର ଦଳ ବେହେରା ପ୍ରମୁଖ ଯୋଗ ଦେଇଥିଲେ । ପଞ୍ଚୁପାଣ୍ଡବ ମହୋତ୍ସବ କମିଟିର ସଂଯୋଜକ ରମେଶ ଚନ୍ଦ୍ର ପ୍ରଧାନ ଅତିଥି ପରିଚୟ ପ୍ରଦାନ କରିଥିଲେ । ନୂଆଗାଁ କଲେଜର ପୂର୍ବତନ ଅଧ୍ୟକ୍ଷ ଭିକାରୀ ଚରଣ ସ୍ୱାଇଁ ମଞ୍ଚ ପରିଚାଳନା କରିଥିଲେ ।

Leave A Reply

Your email address will not be published.