csstore

ଗଞ୍ଜାମ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ୨୩ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ସହର ସ୍ଥିତି ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ତ୍ରୟବିଂଶତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ସ୍କୁଲ ପରିଚାଳନା କମିଟି ସଭାପତି ବିନୋଦ ଚନ୍ଦ୍ର ମହାପାତ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ବିଇଓ ଭାଗିରଥି ବେହେରା, ମୁଖ୍ୟ ବକ୍ତା ଭାବେ ଦକ୍ଷିଣ ପୂର୍ବ ସମ୍ବାଦ ଶିକ୍ଷା ବିକାଶ ସମିତିର ସଭାପତି ତାର ପ୍ରସାଦ ଦାସ, ସମ୍ମାନିତ ଅତିଥି ଭାବେ ପୁରୀ ବଳିଆ ପଣ୍ଡା ଥାନା ଭାରପ୍ରାପ୍ତ ଅଧିକାରୀ ସୁଶାନ୍ତ କୁମାର ସାହୁ ଯୋଗ ଦେଇଥିଲେ । ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ଆଦିତ୍ୟ ମହାପାତ୍ର ମଞ୍ଚାସୀନ ହୋଇଥିଲେ । ସମ୍ପାଦକ ଅଧ୍ୟାପକ ଗିରିଶ କୁମାର ଆଚାର୍ଯ୍ୟ ସ୍ୱାଗତ ଭାଷଣ ପ୍ରଦାନ କରିଥିବା ବେଳେ ଗୁରୁଜୀ ଲିଙ୍ଗରାଜ ରେଡ୍ଡୀ ବାର୍ଷିକ ବିବରଣୀ ପଠନ କରିଥିଲେ । ଏହି ଅବସରରେ ବିଭିନ୍ନ ପ୍ରତିଯୋଗିତାରେ କୁତି ପ୍ରତିଯୋଗୀମାନଙ୍କୁ ଅତିଥିମାନଙ୍କ ଦ୍ୱାରା ପୁରସ୍କାର ପ୍ରଧାନ କରାଯାଇଥିଲା । ଶେଷରେ ଦାମୋଦର ପଣ୍ଡା ଧନ୍ୟବାଦ ଦେଇଥିଲେ । ପରେ କୁନି କୁନି ବିଦ୍ୟାର୍ଥୀମାନଙ୍କ ଦ୍ୱାରା ସୁନ୍ଦର ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା । ବିଦ୍ୟାଳୟର ସମସ୍ତ ଗୁରୁଜୀ ଓ ଗୁରୁମାମାନେ ଉପସ୍ଥିତ ରହି କାର୍ଯ୍ୟକ୍ରମଙ୍କୁ ସୁଚାରୁ ରୂପେ ପରିଚାଳନା କରିଥିଲେ ।

jayashree
Leave A Reply

Your email address will not be published.