ଛତ୍ରପୁର ମହିଳା ମହାବିଦ୍ୟାଳୟର ୩୦ତମ ବାର୍ଷିକ ଉତ୍ସବ ପାଳିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ୩୦ତମ ବାର୍ଷିକ ଉତ୍ସବ ରବିବାର ପାଳିତ ହୋଇଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷା ସସ୍ମିତା ସାମନ୍ତରାୟଙ୍କ ପୌରାହିତ୍ୟରେ ଅନୁଷ୍ଠିତ ଉକ୍ତ ସମାରୋହରେ ଅତିରିକ୍ତ ଜିଲ୍ଲାପାଳ ଲୀନା କୁମାରୀ ଖେସ୍ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରଦୀପ ପ୍ରଜ୍ଵଳନ କରି ଏହାକୁ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଥିଲେ । ସମ୍ମାନିତ ଅତିଥି ଭାବେ ଛତ୍ରପୁର ପୌର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନ ଯୋଗ ଦେଇଥିଲେ । ପ୍ରାରମ୍ଭରେ ମହାବିଦ୍ୟାଳୟର ପ୍ରାଧ୍ୟାପିକା ଡା. ମିନତୀ ମହାପାତ୍ର ଅତିଥିମାନଙ୍କ ପରିଚୟ ପ୍ରଦାନ କରିଥିଲେ । ବାର୍ଷିକ ବିବରଣୀ ପାଠ କରିବା ସହ ବିଦ୍ୟାଳୟର ସଫଳ କାର୍ଯ୍ୟ ଓ ବିଦ୍ୟାଳୟର ରିଡିଙ୍ଗ୍ ରୁମ୍, ପାଇଖାନା ଏବଂ ବିଭିନ୍ନ ଅଦ୍ଭାବ ଓ ଅସୁବିଧା ସମ୍ପର୍କରେ ଅତିଥିଙ୍କ ଆଗରେ ଉପସ୍ଥାପନ କରିଥିଲେ । ଶେଷରେ ପୂର୍ବରୁ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ରୀଙ୍କୁ ମୁଖ୍ୟ ଅତିଥି ଦ୍ୱାରା ପୁରସ୍କୃତ କରାଯିବା ସହ ବିଦ୍ୟାଳୟର ଛାତ୍ରୀଙ୍କ ଦ୍ୱାରା ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା ।

Leave A Reply

Your email address will not be published.

error: Content is protected !!