ଆସନ୍ତା କାଲି ମହାପ୍ରଭୁଙ୍କ ବନକଲାଗି ନୀତି

ପୁରୀ : ଶ୍ରୀମନ୍ଦିରରେ ଆସନ୍ତା କାଲି ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଅପରାହ୍ଣରେ ଏହି ନୀତି ସମ୍ପନ୍ନ ହେବ । ଏଣୁ ଭକ୍ତମାନେ ଅପରାହ୍ଣରେ ପ୍ରାୟ ୩ ଘଣ୍ଟା ଧରି ମହାପ୍ରଭୁଙ୍କ ଦର୍ଶନ ପାଇବେ ନାହିଁ । ଦ୍ୱିତୀୟ ଭୋଗମଣ୍ଡପ ନୀତି ସରିବା ପରେ ମହାପ୍ରଭୁଙ୍କ ବନକଲାଗି ନୀତି ଆରମ୍ଭ ହେବ । ଦତ୍ତମହାପାତ୍ର ସେବକମାନେ ଠାକୁରଙ୍କ ଶ୍ରୀମୁଖ ସିଂହାର କରିବା ପାଇଁ ଗର୍ଭଗୃହକୁ ପ୍ରବେଶ କରିବେ । ବନକଲାଗି ପାଇଁ ହିଙ୍ଗୁଳ, ହରିତାଳ, ଶଙ୍ଖ, କେଶର, କର୍ପୂର, କଇଥ ଅଠା, କସ୍ତୁରୀ ଓ କଳା ଇତ୍ୟାଦି ବ୍ୟବହାର କରାଯାଏ । ବୁଧବାର ଠାକୁରଙ୍କ ସେବାପୂଜାର ନୀତି ନିର୍ଘଣ୍ଟକୁ ନେଇ ବନକଲାଗି ସମୟ ଧାର୍ଯ୍ୟ ହେବ ।

Leave A Reply

Your email address will not be published.