csstore

ଖଣ୍ଡଦେଉଳି ହାଇସ୍କୁଲର ୫୩ତମ ବାର୍ଷିକ ଉତ୍ସବ ପାଳିତ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ବ୍ଲକ ଅନ୍ତର୍ଗତ ଖଣ୍ଡଦେଉଳି ଗ୍ରାମରେ ଥିବା ଖଣ୍ଡଦେଉଳି ହାଇସ୍କୁଲର ୫୩ତମ ବାର୍ଷିକ ଉତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବରେ ସ୍କୁଲର ପ୍ରଧାନ ଶିକ୍ଷକ ଶଙ୍କର ନାରାୟଣ ବେଜ ସଭାପତିତ୍ୱ କରିଥିଲେ । ଅନୁଷ୍ଠିତ ବାର୍ଷିକ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଛତ୍ରପୁର ବିଧାୟକ ସୁବାଷ ଚନ୍ଦ୍ର ବେହେରା, ସମ୍ମାନିତ ଅତିଥି ବ୍ଲକ ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନ, ବ୍ଲକ ଉପାଧ୍ୟକ୍ଷ ଅନ୍ତର୍ଯ୍ୟାମୀ ବେହେରା, ପୂର୍ବତନ ଜିଲ୍ଲା ପରିଷଦ ତଥା ସ୍କୁଲ ପ୍ରତିଷ୍ଠାତା ଅଭିରାମ ବେହେରା, ଅବସରପ୍ରାପ୍ତ ଜିଲ୍ଲା ଶିକ୍ଷା ପରିଦର୍ଶକ ନିରଞ୍ଜନ ତ୍ରିପାଠୀ, ସରପଞ୍ଚ ବୈରାଗୀ ବେହେରା, ପୂର୍ବତନ ସରପଞ୍ଚ ରାମଚନ୍ଦ୍ର ନାୟକ, ସ୍କୁଲ ପରିଚାଳନା କମିଟି ସଭାପତି ରାମଚନ୍ଦ୍ର ଜେନା, ପୂର୍ବତନ ପ୍ରଧାନ ଶିକ୍ଷକ ରାମଚନ୍ଦ୍ର ଗୌଡ଼, ପୂର୍ବତନ ବ୍ଲକ ଅଧ୍ୟକ୍ଷ ସୁରଥ ପାହନ ପ୍ରମୁଖ ମଂଚାସୀନ ଥିଲେ । ଶିକ୍ଷକ ସିଲୁ ବେଜ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ । ଶିକ୍ଷା ଓ ଅନ୍ୟାନ୍ୟ କ୍ଷେତ୍ରରେ ପାରଦର୍ଶିତା ପାଇଁ ଜିଲ୍ଲାରେ ଖଣ୍ଡଦେଉଳି ହାଇସ୍କୁଲ ପ୍ରଥମ ସ୍ଥାନ ଅଧିକାର କରି ପୁରସ୍କୃତ ହୋଇଥିବା ପ୍ରଧାନ ଶିକ୍ଷକ ଶ୍ରୀ ବେଜ ସୂଚନା ଦେଇଛନ୍ତି । ସ୍କୁଲ ଛାତ୍ରଛାତ୍ରୀଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।

jayashree
Leave A Reply

Your email address will not be published.