ଛତ୍ରପୁରରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ : ଘରେ ପଶି ମହିଳାଙ୍କୁ ନିର୍ମମ ହତ୍ୟା ଅଭିଯୋଗ

ଛତ୍ରପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲା ଛତ୍ରପୁର ଥାନା ଅଧୀନ ବିପୁଳିଙ୍ଗି ଗ୍ରାମରେ ଘରେ ପଶି ଜଣେ ମହିଳାଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଥିବା ଖବର ମିଳିଛି । ମହିଳା ଜଣକ ରାଧାଶ୍ୟାମ ଚୌଧୁରୀଙ୍କ ସ୍ତ୍ରୀ ସୁପ୍ରଭା ଚୌଧୁରୀ ବୋଲି ଜଣାପଡିଛି । ବୁଧବାର ବିଳମ୍ବିତ ରାତିରେ ଏହି ଘଟଣା ଘଟିଥିବା ବେଳେ ହତ୍ୟାର କାରଣ ଅସ୍ପଷ୍ଟ ରହିଛି । ଏ ସମ୍ପର୍କରେ ଖବର ପାଇ ଛତ୍ରପୁର ଥାନା ପୋଲିସ ଏବଂ ସାଇଣ୍ଟିଫିକ ଟିମ ପହଞ୍ଚି ଘଟଣାର ତଦନ୍ତ ଚଳାଇଛନ୍ତି । ଧାରୁଆ ଅସ୍ତ୍ରରେ ମହିଳାଙ୍କୁ ହତ୍ୟା କରାଯାଇଛି ବୋଲି ପୋଲିସ କହିଛି । ମୃତ ମହିଳାଙ୍କ ସ୍ବାମୀ ବାହାରେ ରହୁଛନ୍ତି ବୋଲି କୁହାଯାଉଛି । ମୃତ ଶବକୁ ପୋଲିସ ଜବତ କରିଛି । ଆଜି ଶବ ବ୍ୟବଚ୍ଛେଦ କରାଯିବ ବୋଲି ପୋଲିସ କହିଛନ୍ତି ।

Leave A Reply

Your email address will not be published.