jsm

ସୁକୁଡା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ

csstore

ବରଗଡ, (ନିରୋଜ କୁମାର ପାଣୀ) : ଆଜି ସୁକୁଡା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ପାଳନ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜାରା ବାରିକ, ଏବିଓ ଭଟିଲି ମୁଖ୍ୟ ବକ୍ତା ଭାବେ ରାଜକୁମାର ସାହୁ, ସମ୍ମାନିତ ଅତିଥି ଆନ୍ତର୍ଜାତୀୟ କ୍ରୀଡାବିତ ସନ୍ତୋଷ କୁମାର ପ୍ରଧାନ, ସମ୍ମାନିତ ଅତିଥି ଭାବେ ଜନ କଲ୍ୟାଣ ସେବା ଟ୍ରଷ୍ଟର ସଭାପତି ମୁକୁନ୍ଦ ଦାଶ, ବାରେନ୍ଦ୍ର ପାଣ୍ଡେ, ପ୍ରହଲ୍ଲାଦ ଭୋଇ ଓ ବିଦ୍ୟାଳୟର ସମସ୍ତ ଶିକ୍ଷକ ଉପସ୍ଥିତ ଥିଲେ । ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ର ଓ ଛାତ୍ରୀମାନଙ୍କୁ ପୁରସ୍କୃତ କରାଯାଇଥିଲା । ପରେ ପରେ ଛାତ୍ରଛାତ୍ରୀମାନଙ୍କ ଦ୍ଵାରା ନୃତ୍ୟ ଓ ଗୀତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ୩୨ ଜଣ ଛାତ୍ରଛାତ୍ରୀମାନଙ୍କୁ ପୁରସ୍କୃତ କରାଯାଇଥିଲା । ଶେଷରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବିରୂପାକ୍ଷ ଭୋଇ ଧନ୍ୟବାଦ ଅର୍ପଣ କରିଥିଲେ ।

yuvodaya
Leave A Reply

Your email address will not be published.