ଜଷ୍ଟିସ୍‌ ସଞ୍ଜୟ କୁମାର ମିଶ୍ର ଝାଡ଼ଖଣ୍ଡ ହାଇକୋର୍ଟର ମୁଖ୍ୟ ବିଚାରପତି

କଟକ : ଓଡ଼ିଶା ହାଇକୋର୍ଟରେ ପୂର୍ବତନ ବିଚାରପତି ତଥା ଉତ୍ତରାଖଣ୍ଡ ହାଇକୋର୍ଟର ବର୍ତ୍ତମାନର ବିଚାରପତି ଜଷ୍ଟିସ୍‌ ସଞ୍ଜୟ କୁମାର ମିଶ୍ରଙ୍କୁ ଝାଡ଼ଖଣ୍ଡ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ମିଳିଛି । ଶୁକ୍ରବାର ଏ ସଂକ୍ରାନ୍ତରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ବଲାଙ୍ଗିରରେ ଜନ୍ମଗ୍ରହଣ କରିଥିବା ଜଷ୍ଟିସ୍‌ ମିଶ୍ର ଦିଲ୍ଲୀ ବିଶ୍ୱବିଦ୍ୟାଳୟରୁ ଏଲ୍‌ଏଲ୍‌ବି ପାସ୍‌ କରିବା ପରେ ବଲାଙ୍ଗିର ଜିଲ୍ଲା କୋର୍ଟରେ ଓକିଲାତି ଜୀବନ ଆରମ୍ଭ କରିଥିଲେ । ବାର୍‌ରୁ ଜିଲ୍ଲା ଜଜ୍‌ ପରୀକ୍ଷାରେ ପ୍ରଥମ ସ୍ଥାନ ଅଧିକାର କରିବା ପରେ ସେ ଜୟପୁରରେ ଅତିରିକ୍ତ ଜିଲ୍ଲା ଦୌରାଜଜ୍‌ ଭାବେ ଯୋଗ ଦେଇ ବିଚାରପତି ଜୀବନ ଆରମ୍ଭ କରିଥିଲେ ।

Leave A Reply

Your email address will not be published.