କପିଳାସ ପୀଠରେ ଜାଗର ଯାତ୍ରା

ଢେଙ୍କାନାଳ : ପବିତ୍ର ଜାଗର ଉପଲକ୍ଷେ ରାଜ୍ୟର ଅନ୍ୟତମ ପ୍ରମୁଖ ଶୈବପୀଠ କପିଳାସ ଚଳଚଞ୍ଚଳ ହୋଇ ଉଠିଛି । ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉଙ୍କ ପୀଠ କପିଳାସରେ ସକାଳୁ ସକାଳୁ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ ଦେଖିବାକୁ ମିଳିଛି । ଶୃଙ୍ଖଳିତ ଦର୍ଶନ ପାଇଁ ସ୍ୱତନ୍ତ୍ର ବ୍ୟାରିକେଡ଼ କରାଯାଇଛି । ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉଙ୍କ ପୀଠରେ ରାତି ଉଜାଗର ରହି ଦୀପଦାନ କଲେ କୋଟି ଜନ୍ମର ପୁଣ୍ୟ ମିଳିଥାଏ ବୋଲି ବିଶ୍ୱାସ ରହିଛି ।

Leave A Reply

Your email address will not be published.