ଆଜିଠୁ ଆରମ୍ଭ ହେବ ଆଦିବାସୀ ମେଳା-୨୦୨୩

  • ନୃତ୍ୟ ଓ ଗୀତରେ ଦୁଲୁକିବ ଅଞ୍ଚଳ : କିଣାବିକା ପାଇଁ ଖୋଲିବ ୧୨୧ଟି ଷ୍ଟଲ୍‌

ଭୁବନେଶ୍ୱର : ଆଜିଠୁ ଆରମ୍ଭ ହେବ ଆଦିବାସୀ ମେଳା-୨୦୨୩ । ମାର୍ଚ୍ଚ ୧ ତାରିଖ ପର୍ଯ୍ୟନ୍ତ ଏହି ମେଳା ଚାଲିବ ବୋଲି ସୂଚନା ମିଳିଛି । ଆଜି ସଂଧ୍ୟା ୫ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଉଦ୍‌ଘାଟନ କରିବେ । ମେଳାରେ ଜନଜାତିଙ୍କ ଦ୍ୱାରା ପ୍ରସ୍ତୁତ ଓ ସଂଗୃହୀତ କଳା ସାମଗ୍ରୀ, ଲଘୁ ବନ୍ୟଜାତ ଦ୍ରବ୍ୟ, କୃଷିଜାତ ଦ୍ରବ୍ୟ, ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀର ପ୍ରଦର୍ଶନୀ ଓ ବିକ୍ରି କରାଯିବ । ଏଠାରେ ୧୦ଟି ଆଦିବାସୀ ଗାଁ ସମେତ ୧୨୧ଟି ଷ୍ଟଲ୍‌ ରହିଛି । ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ ଦ୍ୱାରା ଆୟୋଜିତ ଏହି ମେଳା ପ୍ରତିଦିନ ଅପରାହ୍ନ ୨ଟା ୩୦ରୁ ରାତି ୯ଟା ପର୍ଯ୍ୟନ୍ତ ଖୋଲା ରହିବ । ସଂଧ୍ୟା ୬ଟାରୁ ରାତି ୮ଟା ୩୦ ପର୍ଯ୍ୟନ୍ତ ସାଂସ୍କୃତିକ କାର୍ଯ୍ୟକ୍ରମ ଚାଲିବ ।

Leave A Reply

Your email address will not be published.