jsm

ମୟୂରଭଞ୍ଜ ଗସ୍ତରେ ୫-ଟି ସଚିବ

csstore

ବାରିପଦା : ଆଜି ରାଜ୍ୟ ସରକାରଙ୍କ ୫-ଟି ସଚିବ ଭି.କାର୍ତ୍ତିକେୟନ ପାଣ୍ଡିଆନ ଦୁଇ ଦିନିଆ ମୟୂରଭଞ୍ଜ ଜିଲ୍ଲା ଗସ୍ତରେ ଆସି ପହଞ୍ଚିଛନ୍ତି । ଏକ ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ଜିଲ୍ଲାର ଉଦଳା ଉଠଖଣ୍ଡ ଦେବକୁଣ୍ଡରେ ପହଞ୍ଚି ମା’ ଅମ୍ବିକାଙ୍କ ଦର୍ଶନ କରିଥିଲେ । ଜିଲ୍ଲାପାଳ ବିନୀତ ଭରଦ୍ୱାଜ, ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଦକ୍ଷିଣ ଡିଭିଜନର ଉପ ନିର୍ଦ୍ଦେଶକ ସମ୍ରାଟ ଗୌଡ଼ା, ଏସ୍‌ପି ଋଷିକେଶ ଦ୍ୟାନଦେଓ ଖିଲାରୀ, ଉଦଳା ଉପଜିଲ୍ଲାପାଳ ଭଗବାନ ବେହେରା, ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର କ୍ଷେତ୍ର ନିର୍ଦ୍ଦେଶକ ଟି.ଅଶୋକ କୁମାର, ବାରିପଦା ବନଖଣ୍ଡ ଅଧିକାରୀ ସନ୍ତୋଷ ଯୋଶୀଙ୍କ ସମେତ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ । ଦେବକୁଣ୍ଡ ପରିଦର୍ଶନ କରି ବିଭିନ୍ନ ବିକାଶମୂଳକ କାର୍ଯ୍ୟ ସମ୍ପର୍କରେ ଆଲୋଚନା କରିଥିଲେ ।

yuvodaya
Leave A Reply

Your email address will not be published.