ପୋଲସରା ବସଷ୍ଟାଣ୍ଡଠାରେ ଓଡ଼ିଶାର ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାର ପୋଲସରା ଏନ୍‌ଏସି ବସଷ୍ଟାଣ୍ଡଠାରେ ଓଡ଼ିଶାର ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୭ତମ ଜନ୍ମ ଜୟନ୍ତୀ ସାମାରୋହରେ ଗତକାଲି ପୂର୍ବାହ୍ନରେ ବର୍ଣ୍ଣାଢ଼୍ୟ ସହକାରେ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ମୁଖ୍ୟଅତିଥି ଶ୍ରମମନ୍ତ୍ରୀ ଶ୍ରୀକାନ୍ତ ସାହୁଙ୍କ କରକମଳରେ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ଆନୁଷ୍ଠାନିକ ଭାବେ ଲୋକାର୍ପଣ ହୋଇଛି । ସ୍ଥାନୀୟ ଜନସାଧାରଣ ଏବଂ ବହୁ ଗଣ୍ୟମାନ୍ୟ ଅତିଥିଗଣ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ଗଭୀର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ।

Leave A Reply

Your email address will not be published.