csstore

ପ୍ରବାଦ ପୁରୁଷ ଓଡ଼ିଶାର ବରପୁତ୍ର ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ଵର୍ଗତ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ଜିଲ୍ଲା ପ୍ରଶାସନ ପକ୍ଷରୁ ମାଲ୍ୟାର୍ପଣ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ପ୍ରବାଦ ପୁରୁଷ ଓଡ଼ିଶାର ବରପୁତ୍ର ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ଵର୍ଗତ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ଉପଲକ୍ଷେ ପୂର୍ବାହ୍ନରେ ବଲାଙ୍ଗିର ସହର ସ୍ଥିତ ଶିଶୁ ଉଦ୍ୟାନ ପରିସରରେ ଥିବା ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ଜିଲ୍ଲା ପ୍ରଶାସନ ପକ୍ଷରୁ ମାଲ୍ୟାର୍ପଣ କରାଯାଇ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଥିଲା । ଜିଲ୍ଲାପାଳ ଚଞ୍ଚଳ ରାଣା, ଅତିରିକ୍ତ ଜିଲ୍ଲାପାଳ ଲମ୍ବୋଦର ଧରୁଆ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ସୁଶାନ୍ତ କୁମାର ସିଂ, ବଲାଙ୍ଗିର ଉପଜିଲ୍ଲାପାଳ କୁମାର ନାଗଭୂଷଣ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଜୟଦେବ ପାଣିଗ୍ରାହୀ, ବଲାଙ୍ଗିର ପୌର ପରିଷଦର ନିର୍ବାହୀ ଅଧିକାରୀ ସାମି ରେଡ୍ଡୀ ଜୟଶ୍ରୀ ପ୍ରମୁଖ ଉପସ୍ଥିତ ରହି ପ୍ରତିମୂର୍ତ୍ତିରେ ପୁଷ୍ପ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ ।

jayashree
Leave A Reply

Your email address will not be published.