ବଲାଙ୍ଗିର ଜିଲ୍ଲା ମୁଖ୍ୟାଳୟଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ

ବଲାଙ୍ଗିର, (କେପିଏନ୍‌ଏସ୍‌) : ମାର୍ଚ୍ଚ ମାସ ପାଇଁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁସାରେ ଆଜି ବଲାଙ୍ଗିର ଜିଲ୍ଲା ମୁଖ୍ୟାଳୟ ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଚଞ୍ଚଳ ରାଣା, ଆରକ୍ଷୀ ଅଧିକ୍ଷକ ନୀତିନ କୁଶଳକର, ଅତିରିକ୍ତ ଜିଲ୍ଲାପାଳ ଲମ୍ବୋଦର ଧରୁଆ, ଡିଏଫ୍‌ଓ ନିତୀଶ କୁମାର, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ସୁଶାନ୍ତ କୁମାର ସିଂ, ବଲାଙ୍ଗିର ଉପଜିଲ୍ଲାପାଳ କୁମାର ନାଗଭୁଷଣଙ୍କ ସମେତ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ, ବଲାଙ୍ଗିର ଉପଖଣ୍ଡ ଅନ୍ତର୍ଗତ ସମସ୍ତ ବିଡିଓ, ତହସିଲଦାର ମାନେ ଉପସ୍ଥିତ ଥିଲେ । ଏହି ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ବିଭିନ୍ନ ସମସ୍ୟାମୂଳକ ମୋଟ ୧୧୧ ଗୋଟି ଅଭିଯୋଗ ଦରଖାସ୍ତ ଦାଖଲ ହୋଇଥିଲା । ତନ୍ମଧ୍ୟରୁ ୮୮ ଗୋଟି ବ୍ୟକ୍ତିଗତ ଅଭିଯୋଗମୂଳକ ଦରଖାସ୍ତ ହୋଇଥିବା ବେଳେ ଅବଶିଷ୍ଠ ୨୩ ଗୋଟି ସାମୁହିକ ଦରଖାସ୍ତ ଦାଖଲ ହୋଇଥିଲା । ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଜନସାଧାରଣଙ୍କ ଏହି ସମସ୍ତ ଅଭିଯୋଗ ଓ ସମସ୍ୟାଗୁଡିକର ଶୁଣାଣି କରିଥିଲେ । ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଚିକିତ୍ସା ସହାୟତା ବାବଦରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଖପ୍ରାଖୋଲ ବ୍ଲକ ଅନ୍ତର୍ଗତ ଓଡିଆପାଲି ଗ୍ରାମର ସନ୍ତୋଷୀ ନିଆଲ ୧୫ ହଜାର, ଆଗଲପୁର ବ୍ଲକର ହରଭଙ୍ଗା ଗ୍ରାମର ସତ୍ୟବାନ ବୁଡେକଙ୍କୁ ୧୦ ହଜାର, ବଲାଙ୍ଗିର ବ୍ଲକର ସିନଖମନ ଗ୍ରାମର ଜନ୍ମେଜୟ ମହାନନ୍ଦଙ୍କୁ ୨ ହଜାର ୫୦୦, ପୁଇଁତଲା ବ୍ଲକର ଦୁର୍ଗାପାଲି ଗ୍ରାମର ବଲ୍ଲଭି ପାତ୍ରଙ୍କୁ ୧୦ ହଜାର, ବେହେରାପାଲିର ରତନ ବାରିକଙ୍କୁ ୫ ହଜାର, ମାଲପଡାର ଦାଶରଥି ବାଗଙ୍କୁ ୨ ହଜାର ଓ ବାଲିପଦର ଗ୍ରାମର ମନବୋଧ ବାଗଙ୍କୁ ୩ ହଜାର ଟଙ୍କାର ଚେକ ପ୍ରଦାନ କରାଯାଇଥିଲା । ସେହିପରି ଜିଲ୍ଲା ରେଡକ୍ରସ ପାଣ୍ଠିରୁ ଉମା ତାଣ୍ଡିଙ୍କୁ ଆର୍ଥିକ ସହାୟତା ବାବଦରେ ୧୦ ହଜାର ଟଙ୍କାର ଚେକ ପ୍ରଦାନ କରାଯାଇଥିଲା ।

Leave A Reply

Your email address will not be published.

1 × 3 =

error: Content is protected !!