oom

ଓଡିଶୀ ସଂଗୀତର ପ୍ରବୀଣ ଗୁରୁ ସିଂହାରୀ ଶ୍ୟାମସୁନ୍ଦର କରଙ୍କ ଉଦ୍ଦେଶ୍ୟରେ ସଂଗୀତ ସଂଧ୍ୟା

jsmm

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗୁରୁ କେଳୁଚରଣ ମହାପାତ୍ର ଓଡିଶୀ ଗବେଷଣା କେନ୍ଦ୍ର ଦ୍ୱାରା ଓଡିଶୀ ସଂଗୀତ ଜଗତର ପ୍ରଖ୍ୟାତ ଏବଂ ପ୍ରବୀଣ ଗୁରୁ ସିଂହାରୀ ଶ୍ୟାମସୁନ୍ଦର କରଙ୍କ ସ୍ମୃତି ଉଦ୍ଦେଶ୍ୟରେ ଏକ ସାଂସ୍କୃତିକ କାର୍ଯ୍ୟକ୍ରମ ଓଡିଶୀ ଗବେଷଣା କେନ୍ଦ୍ର ପରିସରରେ ଥିବା ଉତ୍କଳ ରଙ୍ଗ ମଞ୍ଚରେ ଗତକାଲି ସଂଧ୍ୟାରେ ଅନୁଷ୍ଠିତ ହୋଇଯାଇଛି । ଏହି ପୂଜ୍ୟପୂଜା କାର୍ଯ୍ୟକ୍ରମରେ ପ୍ରଥମେ ଓଡିଶୀ ସଂଗୀତ ପରିବେଷଣ କରିଥିଲେ ବରିଷ୍ଠ ଓଡିଶୀ ସଂଗୀତ ଗାୟିକା ପଦ୍ମଶ୍ରୀ ଶ୍ୟାମାମଣି ଦେବୀ, ଯିଏ କି ତାଙ୍କର ବାଲ୍ୟ ଜୀବନରେ ସ୍ୱର୍ଗତ ଶ୍ୟାମସୁନ୍ଦର କରଙ୍କ ଠାରୁ ସଂଗୀତ ଶିକ୍ଷା ଗ୍ରହଣ କରିଥିଲେ । ପରେ ପରେ ଗୁରୁ କେଶବ ଚନ୍ଦ୍ର ରାଉତ ଏବଂ ଗୁରୁ ଅଚ୍ୟୁତ ମହାରଣା ଓଡିଶୀ ସଂଗୀତ ପରିବେଷଣ କରିଥିଲେ । ଶେଷରେ ଶ୍ରୀ ଜଗନ୍ନାଥ ମର୍ଦଳ ପ୍ରତିଷ୍ଠାନ, ପୁରୀର ଛାତ୍ରମାନେ ସମୂହ ଓଡିଶୀ ମଦ୍ଦର୍ଳ ପରିବେଷଣ କରିଥିଲେ । ଉକ୍ତ ସଂଗୀତଭିତ୍ତିକ କାର୍ଯ୍ୟକ୍ରମଟି ଖୁବ୍‌ ଚିତ୍ତାକର୍ଷକ ଏବଂ ଦର୍ଶକଙ୍କ ମହଲରେ ଖୁବ୍‌ ଆଦୃତ ହୋଇଥିଲା ।

ଆଜିର ଏହି କାର୍ଯ୍ୟକ୍ରମରେ ଅତିଥି ଭାବେ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ ନିର୍ଦ୍ଦେଶକ ଶ୍ରୀମତୀ ସୁଚିସ୍ମିତା ମନ୍ତ୍ରୀ, ବରିଷ୍ଠ ଓଡିଶୀ ସଂଗୀତ ଗବେଷକ ଡକ୍ଟର କୀର୍ତ୍ତନ ନାରାୟଣ ପାଢୀ, ପଣ୍ଡିତ ଗୋପାଳ ଚନ୍ଦ୍ର ପଣ୍ଡା ପ୍ରମୁଖ ଯୋଗଦାନ କରି ପ୍ରଦୀପ ପ୍ରଜ୍ୱଳନ ପୂର୍ବକ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ । ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଯୁଗ୍ମ ନିର୍ଦ୍ଦେଶକ ତଥା ମୁଖ୍ୟ ନିର୍ବାହୀ, ଓଡିଶୀ ଗବେଷଣା କେନ୍ଦ୍ର ସୁବୋଧ ଚନ୍ଦ୍ର ଆଚାର୍ଯ୍ୟଙ୍କ ନିର୍ଦ୍ଦେଶ କ୍ରମେ ଓଡିଶୀ ଗବେଷଣା କେନ୍ଦ୍ରର ପ୍ରଶାସନିକ ଅଧିକାରୀ ଶ୍ରୀମତୀ ଅନୁଜା ତାରିଣୀ ମିଶ୍ରଙ୍କ ଆବାହକତ୍ୱରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । କାର୍ଯ୍ୟକ୍ରମକୁ ବିଶ୍ରଜିତ୍‌ ବଳିଆର ସିଂ ସଂଯୋଜନା କରିଥିଲେ ।

jittmm
Leave A Reply

Your email address will not be published.