jayashree

ସୋଆରେ ‘ସୋଆ ସ୍ପୋର୍ଟ୍ସ ମିଟ୍ -୨୦୨୩’ ଉଦ୍‌ଘାଟିତ

ଭୁବନେଶ୍ୱର : ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ଶନିବାର ଆରମ୍ଭ ହୋଇଛି ‘ସୋଆ ସ୍ପୋର୍ଟ୍ସ ମିଟ୍ -୨୦୨୩’ । ପ୍ରଥମ ଥର ପାଇଁ ଆରମ୍ଭ ହୋଇଥିବା ଏହି ୪ ଦିନିଆ କ୍ରୀଡା କାର୍ଯ୍ୟକ୍ରମରେ ସୋଆ ବ୍ୟତୀତ ଓଡିଶା ମୋଟ୍ ୭ଟି ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀମାନେ ଯୋଗ ଦେଇଛନ୍ତି । ଏଥିରେ ବାସ୍କେଟ୍ ବଲ୍, ଟେନିସ୍, ଭଲିବଲ, କ୍ରିକେଟ୍ ଓ ଇ- ସ୍ପୋର୍ଟ୍ସ ଏହି ୫ଟି ଖେଳକୁ ଉଭୟ ପୁରୁଷ ଓ ମହିଳା ବର୍ଗ ପାଇଁ ରଖାଯାଇଥିବା ବେଳେ ବିଜେତା ଟିମ୍ ପାଇଁ ପୁରସ୍କାର ରାଶି ୩.୫ ଲକ୍ଷ ଟଙ୍କା ରଖାଯାଇଛି ।

ଏହି କାର୍ଯ୍ୟକ୍ରମରେ ସୋଆ କୁଳପତି ପ୍ରଫେସର ବିଜୟ କୁମାର ସାହୁ ଏବଂ ସୋଆର ପ୍ରୋ-ଭାଇସ୍ ଚାନ୍‌ସେଲର ତଥା ରେଜିଷ୍ଟ୍ରାର ପ୍ରଫେସର ବିଭୂତି ଭୂଷଣ ପ୍ରଧାନ ଯୋଗ ଦେଇ ଖେଳାଳି ମାନଙ୍କୁ ଶୁଭେଚ୍ଛା ଜଣାଇବା ସହିତ କ୍ରୀଡାର ମହତ୍ୱ ବିଷୟରେ କହିଥିଲେ । ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍‌ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ(ଆଇଟିଇଆର)ର ଆସୋସିଏଟ୍ ପ୍ରଫେସର ତଥା ଆଡିସ୍‌ନାଲ୍ ଡିନ୍ (ଷ୍ଟୁଡେଂଟ ଆଫେୟାର) ପ୍ରଫେସର ରେଣୁ ଶର୍ମା ସ୍ୱାଗତ ଭାଷଣରେ ଖେଳ ପାଇଁ ଉତମ ସ୍ୱାସ୍ଥ୍ୟ ଆବଶ୍ୟକତା ଜରୁରୀ ବୋଲି କହିଥିଲେ ।

ସୋଆର ଛାତ୍ରମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତି ରଞ୍ଜନ ଦାସ ନିଜ ବକ୍ତବ୍ୟରେ ଶୃଙ୍ଖଳା ଏକ ଖେଳାଳିର ପ୍ରଥମ ଗୁଣ ବୋଲି କହିଥିବା ବେଳେ ସ୍ପୋର୍ଟ୍ସ ଅଫିସର ଶ୍ରୀମତି ସୁନୀତା ବର୍ମା କ୍ରୀଡ଼ା ବିବରଣୀ ପ୍ରଦାନ କରିଥିଲେ ।

Leave A Reply

Your email address will not be published.