ଆଜି ୨୩ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଆଜି ୨୩ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ବାଲେଶ୍ୱର, ଭଦ୍ରକ, ଅନୁଗୁଳ, ଢେଙ୍କାନାଳ, ରାୟଗଡ଼ା, କନ୍ଧମାଳ, ଗଞ୍ଜାମ, ଗଜପତି, ନୟାଗଡ଼, ଖୋର୍ଦ୍ଧା ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ ଜାରି କରିଛି । ସେହିଭଳି କେନ୍ଦ୍ରାପଡ଼ା, କଟକ, ଜଗତସିଂହଗପୁର, ପୁରୀ, ସୁନ୍ଦରଗଡ଼, କଳାହାଣ୍ଡି, ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ରବିବାର ମୟୂରଭଞ୍ଜ, ବାଲେଶ୍ୱର, ଗଞ୍ଜାମ ଓ ଗଜପତିରେ କୁଆପଥର ସହ ବର୍ଷା ହୋଇପାରେ ବୋଲି ଆକଳନ କରାଯାଇଛି ।

ରବିବାର ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ୧୩ ଜିଲ୍ଲାରେ ୪୦ରୁ ୫୦ କିମି ବେଗରେ ପବନ ବହିପାରେ । ୨୭ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି ।

Leave A Reply

Your email address will not be published.