ଜି-୨୦ ଜନଭାଗିଦାରୀ କାର୍ଯ୍ୟକ୍ରମ : ଆଇଆଇଏମ ସମ୍ବଲପୁର ପକ୍ଷରୁ ପ୍ରବନ୍ଧ ଲିଖନ ଓ ପ୍ରଶ୍ନୋତ୍ତର ପ୍ରତିଯୋଗିତା ଅନୁଷ୍ଠିତ

ଭୁବନେଶ୍ୱର, (ପିଆଇବି) : ଆଇଆଇଏମ ସମ୍ବଲପୁର ପକ୍ଷରୁ ଜି-୨୦ ଜନଭାଗିଦାରୀ କାର୍ଯ୍ୟକ୍ରମ ଅନ୍ତର୍ଗତ ପଶ୍ଚିମ ଓଡ଼ିଶାର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଭିନ୍ନ ଭିନ୍ନ ସଚେତନତା କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି । ଦେବଗଡ଼ କେନ୍ଦ୍ରୀୟ ବିଦ୍ୟାଳୟ ଠାରେ ଆଇଆଇଏମ ସହଯୋଗରେ ଜି-୨୦ ବିଷୟବସ୍ତୁକୁ ନେଇ ଏକ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ମିଳିତ ପ୍ରୟାସ ଜରିଆରେ ଜଳବାୟୁ ପରିବର୍ତ୍ତନ, ଆତଙ୍କବାଦ ଓ ମହାମାରୀ ଭଳି ସମସ୍ୟାର ସମାଧାନ କରାଯାଇପାରିବ, ଏହି ବିଷୟକୁ ନେଇ ଆୟୋଜିତ ପ୍ରତିଯୋଗିତାରେ ଛାତ୍ରଛାତ୍ରୀମାନେ ଆଗ୍ରହର ସହିତ ଅଂଶଗ୍ରହଣ କରିଥିଲେ ।

ସେହିପରି ଆଇଆଇଏମ ସହଯୋଗରେ ‘‘ଜଳବାୟୁ ପରିବର୍ତ୍ତନ, ବନୀକରଣ, ଅକ୍ଷୟଶକ୍ତି ଏବଂ ଇନ୍ଧନ ପରିଦୃଶ୍ୟ’’ ବିଷୟବସ୍ତୁକୁ ନେଇ ସମ୍ବଲପୁର ନବୋଦୟ ବିଦ୍ୟାଳୟ ଏବଂ ଦେବଗଡ଼ କେନ୍ଦ୍ରୀୟ ବିଦ୍ୟାଳୟ ଠାରେ ଏକ ପ୍ରବନ୍ଧ ଲିଖନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା ।

ସୂଚନାଯୋଗ୍ୟ ଯେ, ଭାରତର ଜି-୨୦ ଅଧ୍ୟକ୍ଷତା ଅଧୀନରେ ଦେଶବ୍ୟାପୀ ଭିନ୍ନ ଭିନ୍ନ କାର୍ଯ୍ୟକ୍ରମ ଓ ବୈଠକମାନ ଆୟୋଜନ କରାଯାଉଛି । ଏହି କ୍ରମରେ ଭୁବନେଶ୍ୱର ଠାରେ ଆସନ୍ତା ୨୬ରୁ ୨୮ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେବାକୁ ଥିବା ଜି-୨୦ ଶିକ୍ଷା କାର୍ଯ୍ୟ ଗୋଷ୍ଠୀର ତୃତୀୟ ବୈଠକ ପୂର୍ବରୁ ଓଡ଼ିଶାର ବିଭିନ୍ନ ଶିକ୍ଷାନୁଷ୍ଠାନ ପକ୍ଷରୁ ରାଜ୍ୟବ୍ୟାପୀ ଜନଭାଗିଦାରୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି ।

Leave A Reply

Your email address will not be published.

error: Content is protected !!