ସୋଆ ବିଶ୍ୱବିଦ୍ୟାଳୟ ପକ୍ଷରୁ ଜି-୨୦ ଜନଭାଗିଦାରୀ କାର୍ଯ୍ୟକ୍ରମ ଅନୁଷ୍ଠିତ

ଭୁବନେଶ୍ୱର, (ପିଆଇବି) : ଆସନ୍ତା ୨୬ରୁ ୨୮ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରରେ ଆୟୋଜିତ ହେବାକୁ ଯାଉଛି ଜି-୨୦ ଶିକ୍ଷା କାର୍ଯ୍ୟ ଗୋଷ୍ଠୀର ତୃତୀୟ ବୈଠକ । ଏଥିପୂର୍ବରୁ ଜନସଚେତନତା ସୃଷ୍ଟି ଲାଗି ରାଜ୍ୟର ବିଭିନ୍ନ ଶିକ୍ଷାନୁଷ୍ଠାନ ପକ୍ଷରୁ ଆୟୋଜିତ ହେଉଛି ଜନଭାଗିଦାରୀ କାର୍ଯ୍ୟକ୍ରମ । ଏହି କ୍ରମରେ ଭୁବନେଶ୍ୱରସ୍ଥିତ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ପକ୍ଷରୁ ବଲାଙ୍ଗିର ଏବଂ ମୟୂରଭଞ୍ଜ ଜିଲ୍ଲାରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ନେଇ ପ୍ରଶ୍ନୋତ୍ତର ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଏଥିରେ ବହୁସଂଖ୍ୟାରେ ଛାତ୍ରଛାତ୍ରୀ ଯୋଗ ଦେଇଥିଲେ । ସେମାନଙ୍କୁ ଭାରତର ଜି-୨୦ ଅଧ୍ୟକ୍ଷତା ସମ୍ପର୍କରେ ସଚେତନ କରାଯାଇଥିଲା ।

Leave A Reply

Your email address will not be published.

error: Content is protected !!