ସେଞ୍ଚୁରିଅନ୍ ୟୁନିଭର୍ସିଟି ପକ୍ଷରୁ ଜି-୨୦ ଜନଭାଗିଦାରୀ କାର୍ଯ୍ୟକ୍ରମ ଅନୁଷ୍ଠିତ

ଭୁବନେଶ୍ୱର, (ପିଆଇବି) : ଭାରତର ଜି-୨୦ ଅଧ୍ୟକ୍ଷତା ଅଧୀନରେ ଦେଶବ୍ୟାପୀ ଭିନ୍ନ ଭିନ୍ନ କାର୍ଯ୍ୟକ୍ରମ ଓ ବୈଠକମାନ ଆୟୋଜନ କରାଯାଉଛି । ଏହି କ୍ରମରେ ଭୁବନେଶ୍ୱର ଠାରେ ଆସନ୍ତା ୨୬ରୁ ୨୮ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେବାକୁ ଥିବା ଜି-୨୦ ଶିକ୍ଷା କାର୍ଯ୍ୟ ଗୋଷ୍ଠୀର ତୃତୀୟ ବୈଠକ ପୂର୍ବରୁ ଓଡ଼ିଶାର ବିଭିନ୍ନ ଶିକ୍ଷାନୁଷ୍ଠାନ ପକ୍ଷରୁ ରାଜ୍ୟବ୍ୟାପୀ ଜନଭାଗିଦାରୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି । ବୁଧବାର ସେଞ୍ଚୁରିଅନ ୟୁନିଭର୍ସିଟି ଅଫ୍ ଟେକ୍ନୋଲୋଜି ଏଣ୍ଡ ମ୍ୟାନେଜମେଣ୍ଟ (ସିୟୁଟିଏମ) ପକ୍ଷରୁ ଆଦିବାସୀ ଅଧ୍ୟୁଷିତ ରାୟଗଡ଼ା ଜିଲ୍ଲାରେ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା । ସେହିପରି ଗଜପତି ଜିଲ୍ଲା ସରକାରୀ ଆଇଟିଆଇ କଲେଜ ପରିସରରେ ସିୟୁଟିଏମ ପକ୍ଷରୁ ‘‘ଭବିଷ୍ୟତର କୌଶଳ ଏବଂ ଦୀର୍ଘସ୍ଥାୟିତ୍ୱ’’ ଉପରେ ଏକ ସେମିନାର ଆୟୋଜନ କରାଯାଇଥିଲା । ଏଥିରେ ଆଇଟିଆଇ ଛାତ୍ରଛାତ୍ରୀଙ୍କୁ କୌଶଳ ବିକାଶ ଏବଂ ଭାରତର ଜି-୨୦ ଅଧ୍ୟକ୍ଷତା ସମ୍ପର୍କରେ ସଚେତନ କରାଯାଇଥିଲା ।

Leave A Reply

Your email address will not be published.

error: Content is protected !!