ବଣାଇ, (ନାରାୟଣ ଚନ୍ଦ୍ର ବେହେରା) : ବଣାଇ ଉପଖଣ୍ଡ ଗୁରୁଣ୍ଡିଆ ବ୍ଲକ ଅନ୍ତର୍ଗତ କଟୁରୀଧୁଆ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ନରେନ୍ଦ୍ର ଗ୍ରାମ ପଞ୍ଚାୟତର ସରପଞ୍ଚ କୁମୁଦିନୀ ବାର୍ଲା ସଭାପତିତ୍ୱ କରିଥିବା ବେଳେ ବଣାଇ ବିଧାୟକ ଲକ୍ଷ୍ମଣ ମୁଣ୍ଡା ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ପ୍ରଥମେ ଅତିଥିମାନେ ନଡିଆ ବାଡ଼େଇ ପ୍ରଦୀପ ପ୍ରଜ୍ୱଳନ କରି ଆନୁଷ୍ଠାନିକ ଭାବେ କାର୍ଯ୍ୟକ୍ରମକୁ ଶୁଭାରମ୍ଭ କରିଥିଲେ । ସମ୍ମାନିତ ଅତିଥି ଭାବେ ଗୁରୁଣ୍ଡିଆ ବ୍ଲକର ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ଦେବବ୍ରତ ନାୟକ, ସରସରା ରେଞ୍ଜର ବନପାଳ ସଦାଶିବ ପାତ୍ର ଓ କେନ୍ଦ୍ରିକଳା ଗ୍ରାମ ପଞ୍ଚାୟତର ସରପଞ୍ଚ ଉଗ୍ରେସନ କିଷାନ ଯୋଗ ଦେଇଥିଲେ । ସଭା କାର୍ଯ୍ୟର ପ୍ରାରମ୍ଭରେ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ଦ୍ଵାରା ସ୍ୱାଗତ ସଙ୍ଗୀତ ପରିବେଷଣ କରାଯାଇଥିଲା । ଉକ୍ତ କାର୍ଯ୍ୟକ୍ରମରେ ଗୋବିନ୍ଦପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ରମେଶ ଚନ୍ଦ୍ର ପ୍ରଧାନ ଅତିଥି ପରିଚୟ ପ୍ରଦାନ କରିବା ସହିତ ମଞ୍ଚ ପରିଚାଳନା କରିଥିଲେ । ଏହାପରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପର୍ଶୁରାମ ବାରିକ ବାର୍ଷିକ ବିବରଣୀ ପଠନ କରିଥିଲେ । ମୁଖ୍ୟ ବକ୍ତା ଭାବେ ଗୁରୁଣ୍ଡିଆ ସହଗୋଷ୍ଠୀ ଶିକ୍ଷା ଅଧିକାରୀ ବେଣୁଧର ସ୍ୱାଇଁ ଯୋଗଦାନ କରି ଛାତ୍ର, ଅଭିଭାବକ ଓ ଶିକ୍ଷକଙ୍କ ତ୍ରିବେଣୀ ସଙ୍ଗମରେ ଶିକ୍ଷାର ଗୁଣାତ୍ମକ ମାନ ବୃଦ୍ଧି କରିବାକୁ ପରାମର୍ଶ ଦେଇଥିଲେ । ଏହାପରେ ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତାରେ ଅଂଶଗ୍ରହଣ କରି କୃତିତ୍ୱ ଅର୍ଜନ କରିଥିବା ଛାତ୍ରଛାତ୍ରୀଙ୍କୁ ଅତିଥିମାନେ ପୁରସ୍କାର ପ୍ରଦାନ କରିଥିଲେ । ସଭାର ଅନ୍ତିମ ପର୍ଯ୍ୟାୟରେ ବିଦ୍ୟାଳୟର ସହକାରୀ ଶିକ୍ଷକ ବିଭୁପ୍ରସାଦ ରଣା ଧନ୍ୟବାଦ ଅର୍ପଣ କରିଥିଲେ । ଏହାପରେ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା ।
Prev Post