oom

ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

jsmm
  • ବିଭିନ୍ନ ୦୮ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଡୁଙ୍ଗୁରିପାଲି ବ୍ଲକ ସଭାଗୃହଠାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ସୁବର୍ଣ୍ଣପୁର ସୂର୍ଯ୍ୟନାରାୟଣ ଦାଶ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୦୮ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ । ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୦୬ ଗୋଟି ଓ ସାମୁହିକ ଦରଖାସ୍ତ ୦୨ ଗୋଟି ଗ୍ରହଣ କରାଯାଇଛି । ଗ୍ରହଣ କରାଯାଇଥିବା ସମସ୍ତ ଅଭିଯୋଗ ଦରଖାସ୍ତକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗ ଗୁଡିକୁ ବିଭାଗୀୟ ଅଧିକାରୀଙ୍କ ଦ୍ୱାରା ତୁରନ୍ତ ସମାଧାନ ନିମନ୍ତେ ପ୍ରେରଣ କରାଯାଇଛି । ଡୁଙ୍ଗୁରିପାଲି ଗୋଷ୍ଠୀ ଉନ୍ନୟନ ଅଧିକାରୀ ତ୍ରିପୁର ମହାନନ୍ଦିଆଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ସୁବର୍ଣ୍ଣପୁର ନିହାର ରଞ୍ଜନ କଁହର, ଡୁଙ୍ଗୁରିପାଲି ବ୍ଲକ ଅଧ୍ୟକ୍ଷ୍ୟା ଶ୍ରୀମତୀ ଅହଲ୍ୟା ସାହୁ, ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ, ତହସିଲଦାର, ବ୍ଲକସ୍ତରୀୟ କର୍ମଚାରୀ ପ୍ରମୁଖ ଯୋଗଦାନ କରିଥିଲେ ।

jittmm
Leave A Reply

Your email address will not be published.