centurian jitm

ବଲାଙ୍ଗିରରେ ପରିବାର ନିୟୋଜନ ସଚେତନତା ରଥର ଶୁଭାରମ୍ଭ

nschool

ବଲାଙ୍ଗିର, (କେପିଏନ୍‌ଏସ୍‌) : ଜିଲ୍ଲା ସ୍ୱାସ୍ଥ୍ୟ ସମିତି ବଲାଙ୍ଗିର ତରଫରୁ ଆୟୋଜିତ ପରିବାର ନିୟୋଜନ ସଚେତନତା ରଥକୁ ଆଜି ପୂର୍ବାହ୍ନରେ ଜିଲ୍ଲାପାଳ ଚଞ୍ଚଳ ରାଣା ସ୍ଥାନୀୟ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି । ଏହି ସଚେତନତା ରଥ ଏପ୍ରିଲ ମାସ ୧୧ ତାରିଖ ଠାରୁ ୨୫ ତାରିଖ ପର୍ଯ୍ୟନ୍ତ ଜିଲ୍ଲାର ସମସ୍ତ ଗ୍ରାମାଞ୍ଚଳ ଓ ସହରାଞ୍ଚଳ ପରିକ୍ରମା କରି ପରିବାର ନିୟୋଜନ ପଦ୍ଧତି ତଥା ସ୍ୱାସ୍ଥ୍ୟ କେନ୍ଦ୍ରରେ ମିଳୁଥିବା ବିଭିନ୍ନ ପ୍ରକାରର ପରିବାର ନିୟୋଜନ ସେବା ସମ୍ପର୍କରେ ଏଲଇଡି ସ୍କ୍ରିନ ମାଧ୍ୟମରେ ଜନସାଧାରଣଙ୍କୁ ସଚେତନ କରିବ । ଆଜିର ଏହି ସଚେତନତା ରଥ ଶୁଭାରମ୍ଭ କାର୍ଯ୍ୟକ୍ରମରେ ଭାରପ୍ରାପ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡ଼. କୁବେର ଚନ୍ଦ୍ର ମହନ୍ତ, ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ ଡ଼. ଦିବ୍ୟକିଶୋର ପତି, ସହକାରୀ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ(ପରିବାର କଲ୍ୟାଣ) ଡ଼. ସୁଧା ବାର୍ଲା, ସହକାରୀ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ(ଯକ୍ଷ୍ମା) ଡ଼. ସିଦ୍ଧେଶ୍ଵର ମାଝୀ, ସହକାରୀ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ ଡ଼. ତୁଷାରକାନ୍ତ ଠାକୁର, ସୂଚନା ଓ ଲୋକ ସମ୍ପର୍କ ବିଭାଗ ଉପ ନିର୍ଦ୍ଦେଶକ ଜୟଦେବ ପାଣିଗ୍ରାହୀ, ଜାତୀୟ ସ୍ୱାସ୍ଥ୍ୟ ମିଶନର ଜିଲ୍ଲା ପ୍ରୋଗ୍ରାମ ମେନେଜର ମୃତ୍ୟୁଞ୍ଜୟ ମୁଣ୍ଡ, ଡେପୁଟି ମେନେଜର ଗୁରୁଦେବ କୁମ୍ଭାର, ସସ୍ମିତା ନାୟକ, ଜିଲ୍ଲା ଜନସ୍ୱାସ୍ଥ୍ୟ ଯୋଗାଯୋଗ ଅଧିକାରୀ ରୀତାଞ୍ଜଳି ମିଶ୍ର, ସହକାରୀ ମେନେଜର କବିନ୍ଦ୍ର ଜେନାଙ୍କ ସମେତ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ କାର୍ଯ୍ୟାଳୟର କର୍ମଚାରୀ, ଆଶା କର୍ମୀ, ଅଙ୍ଗନବାଡି କର୍ମୀ ଓ ସ୍ୱାସ୍ଥ୍ୟ କର୍ମୀମାନେ ଉପସ୍ଥିତ ଥିଲେ ।

Leave A Reply

Your email address will not be published.