ନୂଆଦିଲ୍ଲୀ : କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀ ଅମିତ ସାହା ମହାବିଷୁବ ସଂକ୍ରାନ୍ତି ଓ ଓଡ଼ିଆ ନବବର୍ଷ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି । ଟୁଇଟ୍ କରି ସେ ଲେଖିଛନ୍ତି, ଓଡ଼ିଆ ନବବର୍ଷ ଏବଂ ପବିତ୍ର ମହାବିଷୁବ ସଂକ୍ରାନ୍ତି ଅବସରରେ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା । ମହାପ୍ରଭୁ ଜଗନ୍ନାଥଙ୍କ କୃପା ସମସ୍ତଙ୍କ ଜୀବନ ପଥରେ ସର୍ବଦା ରହିଥାଉ । ପଣାର ମଧୁର ସ୍ୱାଦ, ଲୋକଙ୍କ ଜୀବନରେ ମଧ୍ୟ ଭରିଯାଉ ।