jayashree

ଜି-୨୦ ଜନଭାଗିଦାରୀ ଚତୁର୍ଦ୍ଦଶ ଦିବସରେ ବିଭିନ୍ନ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ

ଭୁବନେଶ୍ୱର, (ପିଆଇବି) : ଆସନ୍ତା ୨୬ରୁ ୨୮ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରରେ ଆୟୋଜିତ ହେବାକୁ ଯାଉଛି ଜି-୨୦ ଶିକ୍ଷା କାର୍ଯ୍ୟଗୋଷ୍ଠୀର ବୈଠକ । ଏଥିପୂର୍ବରୁ ଜନସଚେତନତା ସୃଷ୍ଟି ଲାଗି ରାଜ୍ୟର ବିଭିନ୍ନ ଶିକ୍ଷାନୁଷ୍ଠାନ ପକ୍ଷରୁ ଜନଭାଗିଦାରୀ କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି ।

ଗତକାଲି ଏନଆଇଟି ରାଉରକେଲା ପକ୍ଷରୁ ଜନଭାଗିଦାରୀ କାର୍ଯ୍ୟକ୍ରମର ଅଂଶବିଶେଷ ଭାବେ ଡକ୍ଟର ବି. ଆର. ଆମ୍ବେଦକରଙ୍କ ୧୩୨ତମ ଜୟନ୍ତୀ ଉପଲକ୍ଷେ ଏକ ସ୍ମୃତିସଭା ଆୟୋଜନ କରାଯାଇଥିଲା ଏବଂ ଏଥିରେ ଯୋଗ ଦେଇଥିବା ପ୍ରାଧ୍ୟାପକ ଓ ଛାତ୍ରଛାତ୍ରୀମାନେ ରାଷ୍ଟ୍ର ଗଠନରେ ଆମ୍ବେଦକରଙ୍କ ଯୋଗଦାନର ସ୍ମୃତିଚାରଣ କରିଥିଲେ । ସେହିପରି ଏନଆଇଟି ରାଉରକେଲା କ୍ୟାମ୍ପସ ପରିସରରେ ଏକ ନିଃଶୁଳ୍କ ସ୍ୱାସ୍ଥ୍ୟ ଶିବିର ଆୟୋଜନ କରାଯାଇଥିଲା ଏବଂ ସମସ୍ତଙ୍କୁ ସ୍ୱାସ୍ଥ୍ୟ ଓ ସ୍ୱଚ୍ଛତାର ଗୁରୁତ୍ୱ ସମ୍ପର୍କରେ ସଚେତନ କରାଯାଇଥିଲା ।

ଜି-୨୦ ଜନଭାଗିଦାରୀ କାର୍ଯ୍ୟକ୍ରମର ଅଂଶବିଶେଷ ସ୍ୱରୂପ ଭୁବନେଶ୍ୱର ସ୍ଥିତ ଶିକ୍ଷା ଓ ଅନୁସନ୍ଧାନ ବିଶ୍ୱବିଦ୍ୟାଳୟ ପକ୍ଷରୁ ଖାଦ୍ୟ ମେଳା ଆୟୋଜନ କରାଯାଇଥିଲା ।

Leave A Reply

Your email address will not be published.