ରେଳ ରାଷ୍ଟ୍ରମନ୍ତ୍ରୀଙ୍କ ଦ୍ୱାରା ପୁରୀ ରେଳ ଷ୍ଟେସନ ନିରୀକ୍ଷଣ ଓ ପୁନର୍ବିକାଶ କାର୍ଯ୍ୟର ସମୀକ୍ଷା

ଭୁବନେଶ୍ୱର, (ପିଆଇବି) : ରେଳ ଓ ବୟନ ରାଷ୍ଟ୍ରମନ୍ତ୍ରୀ ଶ୍ରୀମତୀ ଦର୍ଶନା ଜରଦୋଶ ଗତକାଲି ପୁରୀ ଗସ୍ତରେ ଆସି ପୁରୀ ରେଳ ଷ୍ଟେସନକୁ ନିରୀକ୍ଷଣ କରିବା ସହିତ ରେଳବାଇ ଅଧିକାରୀମାନଙ୍କ ସହ ପୁନର୍ବିକାଶ କାର୍ଯ୍ୟର ସମୀକ୍ଷା କରିଛନ୍ତି ।

ପୁରୀ ରେଳ ଷ୍ଟେସନ ନିରୀକ୍ଷଣ ସମୟରେ ଶ୍ରୀମତୀ ଜରଦୋଶ ଯାତ୍ରୀ ମାନଙ୍କୁ ଦିଆଯାଉଥିବା ମୌଳିକ ସୁବିଧା ତଥା ଆବଶ୍ୟକତା ଉପରେ ଗୁରୁତ୍ଵାରୋପ କରିଥିଲେ । ଏହି ସୁବିଧା ଗୁଡିକ ଯେପରି ସମସ୍ତ ବର୍ଗର ଯାତ୍ରୀମାନଙ୍କୁ ବିଶେଷ ଭାବେ ତୀର୍ଥଯାତ୍ରୀ ଓ ପର୍ଯ୍ୟଟକ ମାନଙ୍କୁ ସହାୟକ ହୋଇପାରିବ ସେଥିପ୍ରତି ଧ୍ୟାନଦେବାକୁ ଶ୍ରୀମତୀ ଜରଦୋଶ ଅଧିକାରୀ ମାନଙ୍କୁ ପରାମର୍ଶ ଦେଇଛନ୍ତି । ଯାତ୍ରୀ ମାନଙ୍କ ଆରମଦାୟକ ଯାତ୍ରା ପାଇଁ ଷ୍ଟେସନ ପୁନର୍ବିକାଶ କାର୍ଯ୍ୟ ସହିତ ସମସ୍ତ ପ୍ରକାର ଯାତ୍ରୀ ବିଶେଷ କରି ଗରିବ ଓ ସ୍ୱଳ୍ପ ଆୟ ବର୍ଗର ଯାତ୍ରୀଙ୍କୁ ସୁହାଇଲାଭଳି ଯାତ୍ରୀ ପରିସେବା ଉପଲବ୍ଧ କରାଇବାକୁ ସେ କହିଛନ୍ତି । ଯାତ୍ରୀ ମାନଙ୍କ ସୁବିଧା ପାଇଁ ଆବଶ୍ୟକ କରୁଥିବା ବିସ୍ତୃତ ଚଳପ୍ରଚଳ ସ୍ଥାନ, କନକୋର୍ସ, ପ୍ଲାଟଫର୍ମ, ଆଲୋକିକରଣ, ଯାତ୍ରୀ ପ୍ରତୀକ୍ଷା କକ୍ଷ, ଶୌଚଳାୟ, ଏସ୍କାଲେଟର, ଲିଫ୍ଟ ଇତ୍ୟାଦି ଗୁଡିକର ଉପଲବ୍ଧି ଉପରେ ପ୍ରାଥମିକତା ଦେବାକୁ ସେ ଅଧିକାରୀମାନଙ୍କୁ ମଧ୍ୟ ପରାମର୍ଶ ଦେଇଛନ୍ତି ।

ଉପସ୍ଥିତ ଗଣମାଧ୍ୟମ ପ୍ରତିନିଧି ମାନଙ୍କୁ ସମ୍ବୋଧିତ କରି ଶ୍ରୀମତୀ ଜରଦୋଶ କହିଛନ୍ତି ଯେ ପୁରୀ ଷ୍ଟେସନ ପୁନଃବିକାଶ କାର୍ଯ୍ୟ ୩୬ ମାସ ମଧ୍ୟରେ ସମ୍ପୂର୍ଣ୍ଣ କରାଯିବ ଏବଂ ଏଥିରେ ଜଗନ୍ନାଥ ମନ୍ଦିରର ଛାପ ଦିଆଯିବ ଓ ନିର୍ମାଣ କାର୍ଯ୍ୟ ସମୟରେ ଯାତ୍ରୀ ଓ ପର୍ଯ୍ୟଟକ ମାନଙ୍କର ଯେପରି କୌଣସି ଅସୁବିଧା ନହେବ ସେଥିପ୍ରତି ଧ୍ୟାନ ଦିଆଯାଉଅଛି ।

ସମୀକ୍ଷା ବୈଠକରେ ଶ୍ରୀମତୀ ଜରଦୋଶ ଉନ୍ନତ ପ୍ରକଳ୍ପ କାର୍ଯ୍ୟକାରୀ ପ୍ରଣାଳୀ ପାଇଁ ରେଳପଥ ଅଧିକାରୀମାନଙ୍କୁ ପ୍ରଶଂସା କରିଥିଲେ । ପୂର୍ବତଟ ରେଳପଥ ଖୋର୍ଦ୍ଧା ରୋଡ ରେଳମଣ୍ଡଳର ମଣ୍ଡଳ ରେଳବାଇ ପ୍ରବନ୍ଧକ ରିଙ୍କେଶ ରାୟଙ୍କ ସମେତ ପୂର୍ବତଟ ରେଳପଥ ମୁଖ୍ୟାଳୟ ଓ ରେଳମଣ୍ଡଳର ବରିଷ୍ଠ ଅଧିକାରୀମାନେ ଏହି ସମୀକ୍ଷା ବୈଠକରେ ଅଂଶଗ୍ରହଣ କରିଥିଲେ ।

Leave A Reply

Your email address will not be published.