jayashree

ଭୁବନେଶ୍ୱରରେ ପ୍ରତିଷ୍ଠା ହେବ ୩ଟି ନୂଆ ଅଗ୍ନିଶମ ସେବା କେନ୍ଦ୍ର : ନିୟୋଜିତ ହେବେ ୪୫ ନୂଆ କର୍ମଚାରୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଭୁବନେଶ୍ୱରରେ ୩ଟି ନୂଆ ଅଗ୍ନିଶମ ସେବା କେନ୍ଦ୍ର (Fire Station) ପ୍ରତିଷ୍ଠା ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ ଦେଇଛନ୍ତି । ଭୁବନେଶ୍ୱରର କ୍ରମବର୍ଦ୍ଧିଷ୍ଣୁ ପରିସର ଓ ଜନସଂଖ୍ୟା ବୃଦ୍ଧିକୁ ଦୃଷ୍ଟିରେ ରଖି ଅଗ୍ନିଶମ ବ୍ୟବସ୍ଥାକୁ ସୁଦୃଢ କରି ଧନଜୀବନକୁ ସୁରକ୍ଷା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି ।

ଏହି ୩ଟି ଅଗ୍ନିଶମ ସେବା କେନ୍ଦ୍ର ତମାଣ୍ଡୋ, ମଞ୍ଚେଶ୍ୱର ଓ ପାହାଳରେ ପ୍ରତିଷ୍ଠା କରାଯିବ । ଏଥିପାଇଁ ୪୫ଟି ପଦବୀ ମଧ୍ୟ ଅନୁମୋଦନ କରାଯାଇଛି । ପ୍ରତ୍ୟେକ କେନ୍ଦ୍ରରେ ୧୫ ଜଣ ଲେଖାଏଁ କର୍ମଚାରୀ ରହିବେ । ଏଥିରେ ଜଣେ ଷ୍ଟେସନ ଅଫିସର, ଦୁଇ ଜଣ ଲିଡିଂ ଫାୟାରମ୍ୟାନ୍‌, ଜଣେ ଡ୍ରାଇଭର-ହାବିଲଦାର, ଜଣେ ଫାୟାରମ୍ୟାନ ଡ୍ରାଇଭର ଓ ୧୦ ଜଣ ଫାୟାରମ୍ୟାନ ଅଛନ୍ତି ।

Leave A Reply

Your email address will not be published.