ଆଜିଠୁ ପୁଣି ୨ ଦିନ ସ୍କୁଲ ଛୁଟି, ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ନିଷ୍ପତ୍ତି

ଭୁବନେଶ୍ୱର : ଦୁଇ ଦିନ ସ୍କୁଲ ଛୁଟି । ଆଜି ଏବଂ ଆସନ୍ତାକାଲି ରାଜ୍ୟର ସମସ୍ତ ସ୍କୁଲ ବନ୍ଦ । ସମସ୍ତ ସ୍କୁଲ ସହ ଅଙ୍ଗନବାଡ଼ି କେନ୍ଦ୍ର ମଧ୍ୟ ବନ୍ଦ । ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଛି । ପ୍ରଥମରୁ ଦ୍ବାଦଶ ପର୍ଯ୍ୟନ୍ତ ସମସ୍ତ ସରକାରୀ ଓ ଘରୋଇ ସ୍କୁଲ ଏବଂ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରଖାଯାଇଛି । ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ଟ୍ବିଟ୍ କରି ଏହି ସୂଚନା ଦେଇଛନ୍ତି ।

Leave A Reply

Your email address will not be published.