ଗ୍ରାମ୍ୟ ଉନ୍ନୟନ, ଶକ୍ତି ଏବଂ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂଙ୍କ କେନ୍ଦୁଝର ଜିଲ୍ଲା ଗସ୍ତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗ୍ରାମ୍ୟ ଉନ୍ନୟନ, ଶକ୍ତି ଏବଂ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂ ଦୁଇ ଦିନିଆ କେନ୍ଦୁଝର ଜିଲ୍ଲା ଗସ୍ତ କରି ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ସମୀକ୍ଷା କରିଛନ୍ତି । ଶ୍ରୀ ସିଂ ଯୋଡା ବ୍ଲକର ନିର୍ମାଣାଧୀନ କାନପୁର ଜଳସେଚନ ପ୍ରକଳ୍ପ ଅଞ୍ଚଳ ଗସ୍ତ କରି ସମୟସୀମା ମଧ୍ୟରେ କାର୍ଯ୍ୟ ସାରିବାକୁ ନିର୍ଦ୍ଦେଶ ଦେଇଥିଲେ । ସେହିପରି ବଡବିଲ୍ ବାଣିଜ୍ୟ କର ଜିଏସ୍‌ଟି କାର୍ଯ୍ୟାଳୟରେ ଶ୍ରୀ ସିଂ ଓପିଟିସିଏଲ୍ ଏବଂ ଗ୍ରାମ୍ୟ ଉନ୍ନୟନ ବିଭାଗର ବିଭିନ୍ନ ପ୍ରକଳ୍ପର ସମୀକ୍ଷା କରିଥିଲେ । ଯୋଡା ଓ ବଡବିଲ ପୌରାଞ୍ଚଳରେ ୱାଟ୍‌କୋ କାର୍ଯ୍ୟର ମଧ୍ୟ ଶ୍ରୀ ସିଂ ସମୀକ୍ଷା କରିଥିଲେ । ସମୀକ୍ଷା ବୈଠକରେ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍‌ମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.