jsm

ପୁଞ୍ଚରେ ସହିଦ୍ ହୋଇଥିବା ଦେବାଶିଷ ବିଶ୍ୱାଳଙ୍କ ପରିବାର ପାଇଁ ପଚିଶ ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

csstore

ଭୁବନେଶ୍ୱର : ଜାମ୍ମୁ କାଶ୍ମୀରର ପୁଞ୍ଚରେ ଆତଙ୍କବାଦୀଙ୍କ ଆକ୍ରମଣରେ ସହିଦ ହୋଇଥିବା ଓଡ଼ିଆ ଯବାନ ଦେବାଶିଷ ବିଶ୍ୱାଳଙ୍କ ଅମ୍ଳାନ ସ୍ମୃତି ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହିତ ସହିଦ୍ ଦେବାଶିଷ ବିଶ୍ଵାଳଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ପଚିଶ ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ।

ସହିଦ ଦେବାଶିଷ ବିଶ୍ୱାଳଙ୍କ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇବା ସହ ଏହି ଦାରୁଣ ଦୁଃଖକୁ ସହ୍ୟ କରିବା ପାଇଁ ଭଗବାନ ସେମାନଙ୍କୁ ଧୈର୍ଯ୍ୟ ଓ ସାହସ ଦିଅନ୍ତୁ ବୋଲି ପ୍ରାର୍ଥନା କରିଛନ୍ତି ।

yuvodaya
Leave A Reply

Your email address will not be published.