oom

ଲୋଇସିଂହା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରଠାରେ ସଂକୁଳସ୍ତରୀୟ ଆଚାର୍ଯ୍ୟ ପ୍ରଶିକ୍ଷଣ କର୍ମଶାଳା

jsmm

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଲୋଇସିଂହା ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ସଂକୁଳସ୍ତରୀୟ ସାମୂହିକ ଆଚାର୍ଯ୍ୟ ପ୍ରଶିକ୍ଷଣ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମର ଉଦ୍‌ଘାଟନୀ ସମାରୋହରେ ମୁଖ୍ୟ ଅତିଥି ଭାବେ ପରିଚାଳନା ସଭାପତି ବିମଳ ଚରଣ ହୋତା ଯୋଗ ଦେଇଥିଲେ । ମୁଖ୍ୟବକ୍ତା ଭାବେ ବହଲପଦର ଉଚ୍ଚ ବିଦ୍ୟାଳୟର ବିଜ୍ଞାନ ଶିକ୍ଷକ ନାରାୟଣ ମିଶ୍ର ଯୋଗଦେଇ “ହିନ୍ଦୁ ଜୀବନ ଶୈଳୀରେ ବୈଜ୍ଞାନିକତା” ବିଷୟରେ ଆଲୋଚନା କରିଥିଲେ। ସମ୍ମାନିତ ଅତିଥି ଭାବେ ସଙ୍କୁଳ ପ୍ରମୁଖ କମଳଲୋଚନ ତ୍ରିପାଠୀ ଯୋଗ ଦେଇଥିଲେ । ସଙ୍କୁଳ ସଂଯୋଜକ ତଥା ପ୍ରଧାନ ଆଚାର୍ଯ୍ୟ ସନାତନ ମିଶ୍ର ଉଦ୍ଦେଶ୍ୟ କଥନ କରିଥିବା ବେଳେ ଗୁରୁଜୀ ରସାନନ୍ଦ ତ୍ରିପାଠୀ ଅତିଥି ପରିଚୟ ପ୍ରଦାନ କରିଥିଲେ
ଆଧାରଭୂତ କାଳାଂଶରୁ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିବା ବେଳେ ବନ୍ଦନା ପ୍ରାର୍ଥନାରେ ଶାନ୍ତିଲତା ମାହାଣା ଦୀପ ପ୍ରଜ୍ୱଳନ କରିଥିଲେ । ବିଦ୍ୟାଳୟର କୋଷାଧ୍ୟକ୍ଷ ପ୍ରଶାନ୍ତ କୁମାର ବେହେରା ମାର୍ଗଦର୍ଶନ କରିଥିବା ବେଳେ ଗୁରୁମା ବବିତା ମାହାଣା ଧନ୍ୟବାଦ ଅର୍ପଣ କରିଥିଲେ ।

jittmm
Leave A Reply

Your email address will not be published.