ସଡ଼କ ଦୁର୍ଘଟଣାରେ ଯୁବକ ଗୁରୁତର

ବଲାଙ୍ଗିର, (କେପିଏନ୍ଏସ୍) : ବଲାଙ୍ଗିର ଜିଲ୍ଲାର ବିଲେଇସର୍ଡା ଗ୍ରାମଠାରେ ଏକ ସଡ଼କ ଦୁର୍ଘଟଣାରେ ଜଣେ ଯୁବକ ଗୁରୁତର ଭାବେ ବଲାଙ୍ଗିର ମେଡିକାଲରେ ଭର୍ତ୍ତି ହୋଇଥିବା ଜଣାପଡ଼ିଛି । ସୂଚନା ଅନୁସାରେ ପୁଇଁନ୍ତଲା ବ୍ଲକ ଅନ୍ତର୍ଗତ ବିଲେଇସର୍ଡ଼ା ଗାଁର ବବୁଲୁ ପ୍ରଧାନ(୨୬) କୌଣସି କାମରେ ବାଇକ୍‌ରେ ଲୋଇସିଂହା ଯାଉଥିବା ବେଳେ ନିଜ ଗାଁ ରାସ୍ତାରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲେ । ସ୍ଥାନୀୟ ଲୋକଙ୍କ ସହାୟତାରେ ଗୁରୁତର ଅବସ୍ଥାରେ ୧୦୮ ଆମ୍ବୁଲେନ୍ସରେ ବଲାଙ୍ଗିର ଭୀମଭୋଇ ମେଡିକାଲ କଲେଜ ଓ ହସ୍ପିଟାଲରେ ଭର୍ତ୍ତି କରିଥିବା ସୂଚନା ମିଳିଛି ।

Leave A Reply

Your email address will not be published.