ଖୋର୍ଦ୍ଧାରେ ଶିଳ୍ପାଞ୍ଚଳ ପୋଲିସ ଷ୍ଟେସନ ଓ କେନ୍ଦୁଝର-ବଡବିଲରେ ନୂତନ ଟ୍ରାଫିକ ପୋଲିସ ଷ୍ଟେସନ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଖୋର୍ଦ୍ଧା ଶିଳ୍ପାଞ୍ଚଳ ପୋଲିସ ଆଉଟପୋଷ୍ଟକୁ ଇଣ୍ଡଷ୍ଟ୍ରିଆଲ ଇଷ୍ଟେଟ ପୋଲିସ ଷ୍ଟେସନ ଭାବେ ଉନ୍ନୀତ କରାଯାଇଛି । ଏଥିପାଇଁ ୨୩ଟି ଅତିରିକ୍ତ ପଦବୀ ସୃଷ୍ଟି କରାଯାଇଛି । ଏହି ପ୍ରସ୍ତାବକୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି । ପଦବୀରେ ଗୋଟିଏ ଇନ୍‌ସପେକ୍ଟର, ୬ଟି ଏସ୍ଆଇ, ୩ଟି ଏଏସ୍ଆଇ, ୨ଟି ହାବିଲଦାର ଓ ୧୧ଟି କନେଷ୍ଟବଳ ପଦବୀ ରହିଛି । ସେହିପରି ରାଜ୍ୟ ସରକାର କେନ୍ଦୁଝର ଓ ବଡବିଲ ସହରରେ ଦୁଇଟି ଟ୍ରାଫିକ ପୋଲିସ ଷ୍ଟେସନ ମଧ୍ୟ ସୃଷ୍ଟି କରିଛନ୍ତି । ଏଥିପାଇଁ ୨୪ଟି ନୂତନ ପଦବୀ ମଂଜୁର କରାଯାଇଛି । ଏହି ୨ଟି ଟ୍ରାଫିକ ପୋଲିସ ଷ୍ଟେସନ ପାଇଁ ସୃଷ୍ଟି ହୋଇଥିବା ୨୪ଟି ପଦବୀ ମଧ୍ୟରେ ୨ଟି ଇନ୍‌ସପେକ୍ଟର, ୬ଟି ଏଏସ୍ଆଇ ଓ ୧୬ଟି କନେଷ୍ଟବଳ ପଦବୀ ରହିଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.