ଅତିରିକ୍ତ ଯୋଗାଣ ଅଧିକାରୀ ସଞ୍ଜୟ ସାହୁଙ୍କ ଘରେ ଭିଜିଲାନ୍ସ ରେଡ୍

ଭୁବନେଶ୍ଵର : ଅତିରିକ୍ତ ଯୋଗାଣ ଅଧିକାରୀଙ୍କ ଘରେ ଭିଜିଲାନ୍ସ ରେଡ୍ ହୋଇଥିବା ଜଣାପଡିଛି । ସୂଚନା ଅନୁସାରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭଞ୍ଜନଗର ଅତିରିକ୍ତ ଯୋଗାଣ ଅଧିକାରୀ ସଞ୍ଜୟ ସାହୁଙ୍କ ଘରେ ଭିଜିଲାନ୍ସ ରେଡ୍ ହୋଇଛି । ଭୁବନେଶ୍ଵରର ୪ଟି, ଗଞ୍ଜାମର ୨ଟି, ମୟୂରଭଞ୍ଜର ଗୋଟିଏ ସ୍ଥାନରେ ରେଡ୍ ଚାଲିଛି । ଏହି ରେଡ୍‌ରେ ୫ ଜଣ ଡିଏସପି, ୧୨ ଜଣ ଇନସ୍ପେକ୍ଟର ଏବଂ ଅନ୍ୟ କର୍ମଚାରୀ ସାମିଲ ଅଛନ୍ତି ।

Leave A Reply

Your email address will not be published.