ଭୁବନେଶ୍ୱର, (କେପିଏନ୍ଏସ୍) : ରାଜ୍ୟରେ ୪୦୯ ନୂଆ କରୋନା ଆକ୍ରାନ୍ତ ଆଜି ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୨୩୪ ଜଣ କ୍ୱାରେନ୍ଟାଇନ୍ରୁ ଏବଂ ୧୭୫ ଜଣ ଅଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ କୁହାଯାଇଛି । ଜିଲ୍ଲା ଅନୁସାରେ ଅନୁଗୁଳରୁ ୩୫, ବାଲେଶ୍ୱରରୁ ୯, ବରଗଡ଼ରୁ ୨୨, ଭଦ୍ରକରୁ ୧୦, ବଲାଙ୍ଗିରରୁ ୩୨, ବୌଦ୍ଧରୁ ୧, କଟକରୁ ୩୪, ଦେବଗଡ଼ରୁ ୨, ଢେଙ୍କାନାଳରୁ ୧, ଗଂଜାମରୁ ୪, ଜଗତ୍ସିଂହପୁରରୁ ୧୫, ଯାଜପୁରରୁ ୭, ଝାରସୁଗୁଡ଼ାରୁ ୧୧, କଳାହାଣ୍ଡିରୁ ୧୭, କେନ୍ଦ୍ରାପଡ଼ାରୁ ୧୬, କେଉଁଝରରୁ ୧୦, ଖୋର୍ଦ୍ଧାରୁ ୪୪, କୋରାପୁଟରୁ ୩, ମାଲକାନଗିରିରୁ ୧, ମୟୁରଭଂଜରୁ ୨୫, ନବରଙ୍ଗପୁରରୁ ୫, ନୟାଗଡ଼ରୁ ୨, ନୂଆପଡ଼ାରୁ ୧୧, ପୁରୀରୁ ୧୪, ରାୟଗଡ଼ାରୁ ୪, ସମ୍ବଲପୁରରୁ ୧୧, ସୁନ୍ଦରଗଡ଼ରୁ ୫୩ ଓ ଷ୍ଟେଟ ପୁଲ୍ରୁ ୧୦ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ଏବେ ୪୩୨୦ ଜଣ ଏକ୍ଟିଭ୍ କରୋନା ସଂକ୍ରମିତ ଚିକିତ୍ସାଧୀନ ରହିଛନ୍ତି ।
Prev Post