ଅନୁଗୁଳ : ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ମେଡିକାଲର ସ୍ତ୍ରୀ ଓ ପ୍ରସୂତୀ ବିଭାଗରେ ଅଗ୍ନିକାଣ୍ଡ ଘଟିଥିବା ଜଣାପଡିଛି । ସର୍ଟ୍ସର୍କିଟ୍ରୁ ଅଗ୍ନିକାଣ୍ଡ ହୋଇଥିବା ସୂଚନା ମିଳିଛି । ବୁଧବାର ରାତିରେ ଏହି ଅଗ୍ନିକାଣ୍ଡ ଘଟିଛି । ଖବର ପାଇବା ପରେ ଛେଣ୍ଡିପଦା ଦମକଳ ବିଭାଗ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛି । ଅଗ୍ନିକାଣ୍ଡ ଯୋଗୁଁ ଅନେକ ଯନ୍ତ୍ରାଂଶ ପୋଡି ଯାଇଛି । ତେବେ ଅଗ୍ନିକାଣ୍ଡ ଫଳରେ ସ୍ତ୍ରୀ ଓ ପ୍ରସୂତୀ ବିଭାଗରେ ଭର୍ତ୍ତି ହୋଇଥିବା ମହିଳାଙ୍କର କିଛି କ୍ଷୟକ୍ଷତି ହୋଇନଥିବା ଜଣାପଡିଛି ।