ଯାଜପୁର ରୋଡ ଷ୍ଟେସନରେ ଟ୍ରେନରେ କଟି ୬ଜଣ ଶ୍ରମିକଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଶୋକ ପ୍ରକାଶ

ଭୁବନେଶ୍ୱର : ଯାଜପୁର ରୋଡ ଷ୍ଟେସନରେ ଟ୍ରେନରେ କଟି ୬ଜଣ ଶ୍ରମିକଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୫ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି । ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି । ଦୁର୍ଘଟଣାରେ ଆହତ ଦୁଇ ଜଣଙ୍କୁ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.